< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40 >

1 ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।
And it came to pass after these things, that the butler of the king of Egypt and the baker committed an offense, against their lord the king of Egypt.
2 ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
And Pharaoh was wroth against his two officers, against the chief of the butlers, and against the chief of the bakers.
3 ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।
And he put them in ward in the house of the captain of the guards, into the prison, the place where Joseph was confined.
4 ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ।
And the captain of the guards charged Joseph with them, and he served them; and they continued a season in ward.
5 ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
And they dreamed a dream, both of them, each his dream in one night, each in accordance with the interpretation of his dream, the butler and the baker of the king of Egypt, who were confined in the prison.
6 ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।
And Joseph came in unto them in the morning, and looked at them, and, behold, they were sad.
7 ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି?”
And he asked the officers of Pharaoh that were with him in ward in his lord's house, saying, Wherefore look ye so sadly today?
8 ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
And they said unto him, We have dreamed a dream, and there is none to interpret it. And Joseph said unto them, Do not interpretations belong to God? tell it to me, I pray you.
9 ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,
The chief of the butlers then told his dream to Joseph, and said to him, In my dream, behold, a vine was before me;
10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।
And on the vine were three branches; and it was as though it budded, shot forth its blossoms, and on its clusters the grapes became ripe:
11 ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”
And Pharaoh's cup was in my hand; and I took the grapes, and pressed them out into Pharaoh's cup, and I placed the cup into Pharaoh's hand.
12 ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।
And Joseph said unto him, This is its interpretation: The three branches are three days;
13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
Within yet three days will Pharaoh lift up thy head, and restore thee unto thy office; and thou shalt place Pharaoh's cup into his hand, after the former manner when thou wast his butler.
14 ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।
Therefore if thou thinkest on me when it shall be well with thee, then show kindness, I pray thee, unto me, and make mention of me unto Pharaoh, and bring me out of this house;
15 କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।”
For indeed I was stolen away out of the land of the Hebrews; and here also have I not done the least that they should put me into the dungeon.
16 ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।
And when the chief of the bakers saw that he had well interpreted, he said unto Joseph, I also [saw] in my dream, and, behold, I had three baskets with fine bread on my head:
17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”
And in the uppermost basket there was of all manner of bakemeats, used as food for Pharaoh; and the birds did eat them out of the basket from my head.
18 ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।
And Joseph answered and said, This is the interpretation: The three baskets are three days;
19 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”
Within yet three days will Pharaoh lift up thy head from off thee, and will hang thee on a tree; and the birds shall eat thy flesh from off thee.
20 ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
And it came to pass on the third day, which was Pharaoh's birthday, that he made a feast unto all his servants: and he lifted up the head of the chief of the butlers and the head of the chief of the bakers among his servants.
21 ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
And he restored the chief of the butlers unto his butlership; and he placed the cup in Pharaoh's hand;
22 ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;
But the chief of the bakers he hanged, as Joseph had interpreted to them.
23 ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।
Yet the chief of the butlers did not remember Joseph, and forgot him.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40 >