< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42 >

1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”
וירא יעקב כי יש שבר במצרים ויאמר יעקב לבניו למה תתראו׃
2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”
ויאמר הנה שמעתי כי יש שבר במצרים רדו שמה ושברו לנו משם ונחיה ולא נמות׃
3 ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।
וירדו אחי יוסף עשרה לשבר בר ממצרים׃
4 ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”
ואת בנימין אחי יוסף לא שלח יעקב את אחיו כי אמר פן יקראנו אסון׃
5 ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।
ויבאו בני ישראל לשבר בתוך הבאים כי היה הרעב בארץ כנען׃
6 ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
ויוסף הוא השליט על הארץ הוא המשביר לכל עם הארץ ויבאו אחי יוסף וישתחוו לו אפים ארצה׃
7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”
וירא יוסף את אחיו ויכרם ויתנכר אליהם וידבר אתם קשות ויאמר אלהם מאין באתם ויאמרו מארץ כנען לשבר אכל׃
8 ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।
ויכר יוסף את אחיו והם לא הכרהו׃
9 ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”
ויזכר יוסף את החלמות אשר חלם להם ויאמר אלהם מרגלים אתם לראות את ערות הארץ באתם׃
10 ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।
ויאמרו אליו לא אדני ועבדיך באו לשבר אכל׃
11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”
כלנו בני איש אחד נחנו כנים אנחנו לא היו עבדיך מרגלים׃
12 ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”
ויאמר אלהם לא כי ערות הארץ באתם לראות׃
13 ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”
ויאמרו שנים עשר עבדיך אחים אנחנו בני איש אחד בארץ כנען והנה הקטן את אבינו היום והאחד איננו׃
14 ତହୁଁ ଯୋଷେଫ ସେମାନଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଚୋର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।
ויאמר אלהם יוסף הוא אשר דברתי אלכם לאמר מרגלים אתם׃
15 ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।
בזאת תבחנו חי פרעה אם תצאו מזה כי אם בבוא אחיכם הקטן הנה׃
16 ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”
שלחו מכם אחד ויקח את אחיכם ואתם האסרו ויבחנו דבריכם האמת אתכם ואם לא חי פרעה כי מרגלים אתם׃
17 ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।
ויאסף אתם אל משמר שלשת ימים׃
18 ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
ויאמר אלהם יוסף ביום השלישי זאת עשו וחיו את האלהים אני ירא׃
19 ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।
אם כנים אתם אחיכם אחד יאסר בבית משמרכם ואתם לכו הביאו שבר רעבון בתיכם׃
20 ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।
ואת אחיכם הקטן תביאו אלי ויאמנו דבריכם ולא תמותו ויעשו כן׃
21 ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”
ויאמרו איש אל אחיו אבל אשמים אנחנו על אחינו אשר ראינו צרת נפשו בהתחננו אלינו ולא שמענו על כן באה אלינו הצרה הזאת׃
22 ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”
ויען ראובן אתם לאמר הלוא אמרתי אליכם לאמר אל תחטאו בילד ולא שמעתם וגם דמו הנה נדרש׃
23 ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;
והם לא ידעו כי שמע יוסף כי המליץ בינתם׃
24 ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।
ויסב מעליהם ויבך וישב אלהם וידבר אלהם ויקח מאתם את שמעון ויאסר אתו לעיניהם׃
25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
ויצו יוסף וימלאו את כליהם בר ולהשיב כספיהם איש אל שקו ולתת להם צדה לדרך ויעש להם כן׃
26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।
וישאו את שברם על חמריהם וילכו משם׃
27 ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।
ויפתח האחד את שקו לתת מספוא לחמרו במלון וירא את כספו והנה הוא בפי אמתחתו׃
28 ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”
ויאמר אל אחיו הושב כספי וגם הנה באמתחתי ויצא לבם ויחרדו איש אל אחיו לאמר מה זאת עשה אלהים לנו׃
29 ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,
ויבאו אל יעקב אביהם ארצה כנען ויגידו לו את כל הקרת אתם לאמר׃
30 “ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।
דבר האיש אדני הארץ אתנו קשות ויתן אתנו כמרגלים את הארץ׃
31 ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
ונאמר אליו כנים אנחנו לא היינו מרגלים׃
32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’
שנים עשר אנחנו אחים בני אבינו האחד איננו והקטן היום את אבינו בארץ כנען׃
33 ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।
ויאמר אלינו האיש אדני הארץ בזאת אדע כי כנים אתם אחיכם האחד הניחו אתי ואת רעבון בתיכם קחו ולכו׃
34 ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”
והביאו את אחיכם הקטן אלי ואדעה כי לא מרגלים אתם כי כנים אתם את אחיכם אתן לכם ואת הארץ תסחרו׃
35 ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।
ויהי הם מריקים שקיהם והנה איש צרור כספו בשקו ויראו את צררות כספיהם המה ואביהם וייראו׃
36 ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍‍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”
ויאמר אלהם יעקב אביהם אתי שכלתם יוסף איננו ושמעון איננו ואת בנימן תקחו עלי היו כלנה׃
37 ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”
ויאמר ראובן אל אביו לאמר את שני בני תמית אם לא אביאנו אליך תנה אתו על ידי ואני אשיבנו אליך׃
38 ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।” (Sheol h7585)
ויאמר לא ירד בני עמכם כי אחיו מת והוא לבדו נשאר וקראהו אסון בדרך אשר תלכו בה והורדתם את שיבתי ביגון שאולה׃ (Sheol h7585)

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42 >