< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42 >

1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”
Wakati Yakobo alipofahamu kuwa kuna nafaka huko Misri, akawaambia wanawe, “Mbona mnakaa tu hapa mnatazamana?”
2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”
Akaendelea kuwaambia, “Nimesikia kuwa huko Misri kuna nafaka. Telemkeni huko mkanunue chakula kwa ajili yetu, ili tuweze kuishi wala tusife.”
3 ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।
Ndipo wale ndugu kumi wa Yosefu, wakateremka huko Misri kununua nafaka.
4 ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”
Lakini Yakobo hakumtuma Benyamini, ndugu yake Yosefu, pamoja na wengine, kwa sababu aliogopa asije akapatwa na madhara.
5 ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।
Hivyo wana wa Israeli walikuwa miongoni mwa wale waliokwenda Misri kununua nafaka, kwani njaa ilikuwa katika nchi ya Kanaani pia.
6 ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
Wakati huo Yosefu alikuwa mtawala wa nchi ya Misri, naye alikuwa ndiye aliwauzia watu wote nafaka. Kwa hiyo wakati ndugu zake Yosefu walipofika, wakamsujudia hadi nyuso zao zikagusa ardhi.
7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”
Mara Yosefu alipowaona ndugu zake, akawatambua, lakini akajifanya mgeni na kuzungumza nao kwa ukali, akiwauliza, “Ninyi mnatoka wapi?” Wakamjibu, “Tumetoka katika nchi ya Kanaani kuja kununua chakula.”
8 ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।
Ingawa Yosefu aliwatambua ndugu zake, wao hawakumtambua.
9 ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”
Ndipo Yosefu alipokumbuka ndoto zake kuwahusu wao, akawaambia, “Ninyi ni wapelelezi! Mmekuja kuangalia mahali ambapo nchi yetu haina ulinzi.”
10 ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।
Wakamjibu, “Sivyo bwana wangu. Watumishi wako wamekuja kununua chakula.
11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”
Sisi sote ni wana wa baba mmoja. Watumishi wako ni watu waaminifu, wala sio wapelelezi.”
12 ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”
Akawaambia, “La hasha! Mmekuja kuangalia mahali ambapo nchi yetu haina ulinzi.”
13 ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”
Lakini wakamjibu, “Watumishi wako walikuwa kumi na wawili, wana wa mtu mmoja ambaye anaishi katika nchi ya Kanaani. Sasa mdogo wetu wa mwisho yupo na baba yetu na mwingine alikufa.”
14 ତହୁଁ ଯୋଷେଫ ସେମାନଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଚୋର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।
Yosefu akawaambia, “Ni sawa kabisa kama nilivyowaambia: Ninyi ni wapelelezi!
15 ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।
Na hivi ndivyo mtakavyojaribiwa: Hakika kama Farao aishivyo, hamtaondoka mahali hapa mpaka ndugu yenu mdogo aje hapa.
16 ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”
Tumeni mmoja wenu akamlete huyo ndugu yenu, wengine mtawekwa gerezani, ili maneno yenu yajaribiwe kuona kama mnasema kweli. La sivyo, hakika kama Farao aishivyo ninyi ni wapelelezi!”
17 ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।
Akawaweka wote chini ya ulinzi kwa siku tatu.
18 ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
Siku ya tatu Yosefu akawaambia, “Fanyeni hili nanyi mtaishi, kwa maana namwogopa Mungu:
19 ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।
Ikiwa ninyi ni watu waaminifu, mmoja wa ndugu zenu na abaki kifungoni, nanyi wengine pelekeni nafaka kwa jamaa yenu wanaoteseka kwa njaa.
20 ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।
Lakini ni lazima mniletee ndugu yenu mdogo hapa, ili maneno yenu yathibitike na kwamba msife.” Wakakubali kufanya hivyo.
21 ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”
Wakaambiana wao kwa wao, “Hakika tunaadhibiwa kwa sababu ya ndugu yetu. Tuliona jinsi alivyohuzunika alipokuwa anatusihi kuponya maisha yake, lakini hatukumsikiliza, hiyo ndiyo sababu dhiki hii imetupata.”
22 ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”
Reubeni akawajibu, “Sikuwaambieni msitende dhambi dhidi ya kijana? Lakini hamkunisikiliza! Sasa ni lazima tuadhibiwe kwa ajili ya damu yake.”
23 ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;
Hawakujua kuwa Yosefu angewaelewa, kwa sababu alitumia mkalimani.
24 ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।
Yosefu akajitenga nao akaanza kulia, kisha akawarudia na kuzungumza nao tena. Akataka Simeoni akamatwe na kufungwa mbele yao.
25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
Yosefu akatoa amri ya kujaza magunia yao nafaka na kuweka fedha ya kila mmoja ndani ya gunia lake, kisha wapewe mahitaji ya njiani. Baada ya kufanyiwa hayo yote,
26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।
wakapakiza nafaka juu ya punda zao, wakaondoka.
27 ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।
Walipofika mahali pa kulala huko njiani mmoja wao akafungua gunia lake ili amlishe punda wake, akakuta fedha yake kwenye mdomo wa gunia lake.
28 ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”
Akawaambia ndugu zake, “Fedha yangu imerudishwa. Iko ndani ya gunia langu.” Mioyo yao ikazimia, na kila mmoja akamgeukia mwenzake wakitetemeka, wakaulizana, “Ni nini hiki Mungu alichotufanyia?”
29 ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,
Walipofika kwa Yakobo baba yao katika nchi ya Kanaani, wakamweleza mambo yote yaliyowapata. Wakasema,
30 “ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।
“Huyo mtu ambaye ndiye bwana katika nchi hiyo alisema nasi kwa ukali, akatutendea kana kwamba sisi tulikuwa tunaipeleleza nchi.
31 ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
Lakini tulimwambia, ‘Sisi ni watu waaminifu, sio wapelelezi.
32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’
Tulizaliwa ndugu kumi na wawili, wana wa baba mmoja. Mmoja alikufa, na mdogo wetu wa mwisho yupo na baba yetu huko Kanaani.’
33 ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।
“Ndipo huyo mtu aliye bwana katika nchi hiyo alipotuambia, ‘Hivi ndivyo nitafahamu kuwa ninyi ni watu waaminifu: Mwacheni mmoja wa ndugu zenu pamoja nami hapa, kisha nendeni mpeleke chakula kwa ajili ya jamaa yenu inayoteseka kwa njaa.
34 ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”
Lakini mleteni huyo ndugu yenu mdogo kwangu, ndipo nitajua kuwa ninyi sio wapelelezi, ila ni watu waaminifu. Kisha nitamrudisha ndugu yenu, nanyi mtaweza kufanya biashara katika nchi hii.’”
35 ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।
Walipokuwa wanamimina nafaka kutoka kwenye magunia yao, ndani ya gunia la kila mtu kulikuwa na mfuko wa fedha! Wakati wao na baba yao walipoona mifuko ya fedha, wakaogopa.
36 ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍‍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”
Yakobo baba yao akawaambia, “Ninyi mmenipokonya watoto wangu. Yosefu hayupo na Simeoni hayupo tena na sasa mnataka kumchukua Benyamini. Kila kitu ni kinyume nami!”
37 ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”
Ndipo Reubeni akamwambia baba yake, “Waweza kuwaua wanangu wote wawili, ikiwa sitamrudisha Benyamini kwako. Mkabidhi Benyamini katika uangalizi wangu, nami nitamrudisha.”
38 ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।” (Sheol h7585)
Lakini Yakobo akasema, “Mwanangu hatashuka huko pamoja nanyi; ndugu yake amekufa naye ndiye peke yake aliyebaki. Ikiwa atapatwa na madhara katika safari mnayoiendea, mtashusha kichwa changu chenye mvi kaburini kwa masikitiko.” (Sheol h7585)

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42 >