< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 44 >

1 ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ।
ויצו את אשר על ביתו לאמר מלא את אמתחת האנשים אכל כאשר יוכלון שאת ושים כסף איש בפי אמתחתו׃
2 ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।
ואת גביעי גביע הכסף תשים בפי אמתחת הקטן ואת כסף שברו ויעש כדבר יוסף אשר דבר׃
3 ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।
הבקר אור והאנשים שלחו המה וחמריהם׃
4 ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ିଯାଇ ସେମାନଙ୍କ ସଙ୍ଗ ଧରି କୁହ, ‘ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?
הם יצאו את העיר לא הרחיקו ויוסף אמר לאשר על ביתו קום רדף אחרי האנשים והשגתם ואמרת אלהם למה שלמתם רעה תחת טובה׃
5 ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।’”
הלוא זה אשר ישתה אדני בו והוא נחש ינחש בו הרעתם אשר עשיתם׃
6 ଏଥିଉତ୍ତାରେ ସେ ସେମାନଙ୍କ ସଙ୍ଗ ଧରି ଏହିସବୁ କଥା କହିଲା।
וישגם וידבר אלהם את הדברים האלה׃
7 ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।
ויאמרו אליו למה ידבר אדני כדברים האלה חלילה לעבדיך מעשות כדבר הזה׃
8 ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?
הן כסף אשר מצאנו בפי אמתחתינו השיבנו אליך מארץ כנען ואיך נגנב מבית אדניך כסף או זהב׃
9 ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।”
אשר ימצא אתו מעבדיך ומת וגם אנחנו נהיה לאדני לעבדים׃
10 ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”
ויאמר גם עתה כדבריכם כן הוא אשר ימצא אתו יהיה לי עבד ואתם תהיו נקים׃
11 ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ।
וימהרו ויורדו איש את אמתחתו ארצה ויפתחו איש אמתחתו׃
12 ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍‍ର ପଟରୁ ସେହି ତାଟିଆ ମିଳିଲା।
ויחפש בגדול החל ובקטן כלה וימצא הגביע באמתחת בנימן׃
13 ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।
ויקרעו שמלתם ויעמס איש על חמרו וישבו העירה׃
14 ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।
ויבא יהודה ואחיו ביתה יוסף והוא עודנו שם ויפלו לפניו ארצה׃
15 ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?”
ויאמר להם יוסף מה המעשה הזה אשר עשיתם הלוא ידעתם כי נחש ינחש איש אשר כמני׃
16 ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”
ויאמר יהודה מה נאמר לאדני מה נדבר ומה נצטדק האלהים מצא את עון עבדיך הננו עבדים לאדני גם אנחנו גם אשר נמצא הגביע בידו׃
17 ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।”
ויאמר חלילה לי מעשות זאת האיש אשר נמצא הגביע בידו הוא יהיה לי עבד ואתם עלו לשלום אל אביכם׃
18 ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।
ויגש אליו יהודה ויאמר בי אדני ידבר נא עבדך דבר באזני אדני ואל יחר אפך בעבדך כי כמוך כפרעה׃
19 ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, ‘ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?’
אדני שאל את עבדיו לאמר היש לכם אב או אח׃
20 ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ‘ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।’
ונאמר אל אדני יש לנו אב זקן וילד זקנים קטן ואחיו מת ויותר הוא לבדו לאמו ואביו אהבו׃
21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’
ותאמר אל עבדיך הורדהו אלי ואשימה עיני עליו׃
22 ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ‘ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।’
ונאמר אל אדני לא יוכל הנער לעזב את אביו ועזב את אביו ומת׃
23 ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ‘ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।’
ותאמר אל עבדיך אם לא ירד אחיכם הקטן אתכם לא תספון לראות פני׃
24 ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ।
ויהי כי עלינו אל עבדך אבי ונגד לו את דברי אדני׃
25 ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’
ויאמר אבינו שבו שברו לנו מעט אכל׃
26 ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’
ונאמר לא נוכל לרדת אם יש אחינו הקטן אתנו וירדנו כי לא נוכל לראות פני האיש ואחינו הקטן איננו אתנו׃
27 ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।
ויאמר עבדך אבי אלינו אתם ידעתם כי שנים ילדה לי אשתי׃
28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।
ויצא האחד מאתי ואמר אך טרף טרף ולא ראיתיו עד הנה׃
29 ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’ (Sheol h7585)
ולקחתם גם את זה מעם פני וקרהו אסון והורדתם את שיבתי ברעה שאלה׃ (Sheol h7585)
30 ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‌କ୍ଷଣାତ୍ ମରିଯିବେ।
ועתה כבאי אל עבדך אבי והנער איננו אתנו ונפשו קשורה בנפשו׃
31 କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱ କେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ। (Sheol h7585)
והיה כראותו כי אין הנער ומת והורידו עבדיך את שיבת עבדך אבינו ביגון שאלה׃ (Sheol h7585)
32 ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’
כי עבדך ערב את הנער מעם אבי לאמר אם לא אביאנו אליך וחטאתי לאבי כל הימים׃
33 ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।
ועתה ישב נא עבדך תחת הנער עבד לאדני והנער יעל עם אחיו׃
34 କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”
כי איך אעלה אל אבי והנער איננו אתי פן אראה ברע אשר ימצא את אבי׃

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 44 >