< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 45 >

1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।
And Joseph could not refrain himself when all were standing by him, but said, Dismiss all from me; and no one stood near Joseph, when he made himself known to his brethren.
2 ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।
And he uttered his voice with weeping; and all the Egyptians heard, and it was reported to the house of Pharao.
3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।
And Joseph said to his brethren, I am Joseph; does my father yet live? And his brethren could not answer him, for they were troubled.
4 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
And Joseph said to his brethren, Draw near to me; and they drew near; and he said, I am your brother Joseph, whom you sold into Egypt.
5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
Now then be not grieved, and let it not seem hard to you that you sold me hither, for God sent me before you for life.
6 ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।
For this second year there is famine on the earth, and there are yet five years remaining, in which there is to be neither ploughing, nor mowing.
7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।
For God sent me before you, that there might be left to you a remnant upon the earth, even to nourish a great remnant of you.
8 ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।
Now then you did not send me hither, but God; and he has made me as a father of Pharao, and lord of all his house, and ruler of all the land of Egypt.
9 ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ବ କର ନାହିଁ।
Hasten, therefore, and go up to my father, and say to him, These things says your son Joseph; God has made me lord of all the land of Egypt; come down therefore to me, and wait not.
10 ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
And you shall dwell in the land of Gesem of Arabia; and you shall be near me, you and your sons, and your sons' sons, your sheep and your oxen, and whatever things are your.
11 ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”
And I will nourish you there: for the famine is yet for five years; lest you be consumed, and your sons, and all your possessions.
12 “ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।
Behold, your eyes see, and the eyes of my brother Benjamin, that it is my mouth that speaks to you.
13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
Report, therefore, to my father all my glory in Egypt, and all things that you have seen, and make haste and bring down my father hither.
14 ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍‍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।
And he fell on his brother Benjamin's neck, and wept on him; and Benjamin wept on his neck.
15 ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।
And he kissed all his brethren, and wept on them; and after these things his brethren spoke to him.
16 ଆଉ “ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି,” ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।
And the report was carried into the house of Pharao, saying, Joseph's brethren are come; and Pharao was glad, and his household.
17 ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
And Pharao said to Joseph, Say to your brethren, Do this; fill your waggons, and depart into the land of Chanaan.
18 ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’
And take up your father, and your possessions, and come to me; and I will give you of all the goods of Egypt, and you shall eat the marrow of the land.
19 ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।
And do you charge them thus; that they should take for them waggons out of the land of Egypt, for your little ones, and for your wives; and take up your father, and come.
20 ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”
And be not sparing in regard to your property, for all the good of Egypt shall be yours.
21 ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।
And the children of Israel did so; and Joseph gave to them waggons, according to the words spoken by king Pharao; and he gave them provision for the journey.
22 ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।
And he gave to them all two sets of raiment apiece; but to Benjamin he gave three hundred pieces of gold, and five changes of raiment.
23 ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।
And to his father he sent [presents] at the same rate, and ten asses, bearing some of all the good things of Egypt, and ten mules, bearing bread for his father for your journey.
24 ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
And he sent away his brethren, and they went; and he said to them, Be not angry by the way.
25 ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।
And they went up out of Egypt, and came into the land of Chanaan, to Jacob their father.
26 ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
And they reported to him, saying, Your son Joseph is living, and he is ruler over all the land of Egypt; and Jacob was amazed, for he did not believe them.
27 ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।
But they spoke to him all the words uttered by Joseph, whatever he said to them; and having seen the chariots which Joseph sent to take him up, the spirit of Jacob their father revived.
28 ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”
And Israel said, It is a great thing for me if Joseph my son is yet alive. I will go and see him before I die.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 45 >