< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46 >
1 ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
And Israel taking his journey, with all that he had, came to the well of the oath, and killing victims there to the God of his father Isaac,
2 ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
He heard him by a vision in the night calling him, and saying to him: Jacob, Jacob. And he answered him: Lo, here I am.
3 ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
God said to him: I am the most mighty God of thy father: fear not, go down into Egypt, for I will make a great nation of thee there.
4 ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
I will go down with thee thither, and will bring thee back again from thence: Joseph also shall put his hands upon thy eyes.
5 ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।
And Jacob rose up from the well of the oath: and his sons took him up, with their children and wives in the wagons, which Pharao had sent to carry the old man,
6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।
And all that he had in the land of Chanaan, and he came into Egypt with all his seed:
7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।
His sons, and grandsons, daughters, and all his offspring together.
8 ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।
And these are the names of the children of Israel, that entered into Egypt, he and his children. His firstborn Ruben,
9 ରୁବେନ୍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।
The sons of Ruben: Henoch and Phallu, and Hesron and Charmi.
10 ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।
The sons of Simeon: Jamuel and Jamin and Ahod, and Jachin and Sohar, and Saul the son of a woman of Chanaan.
11 ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।
The sons of Levi: Gerson and Caath and Merari.
12 ଯିହୁଦାର ପୁତ୍ର ଏର, ଓନନ୍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।
The sons of Juda: Her and Onan and Sela and Phares and Zara. And Her and Onan died in the land of Chanaan. And sons were born to Phares: Hesron and Hamul.
13 ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।
The sons of Issachar: Thola and Phua and Job and Semron.
14 ସବୂଲୂନର ପୁତ୍ର ସେରଦ, ଏଲୋନ୍ ଓ ଯହଲେଲ।
The sons of Zabulon: Sared and Elon and Jahelel.
15 ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
These are the sons of Lia, whom she bore in Mesopotamia of Syria, with Dina his daughter. All the souls of her sons and daughters, thirty-three.
16 ଗାଦ୍ର ପୁତ୍ର ସିଫୋନ୍, ହଗି, ଶୂନୀ, ଇଷବୋନ୍, ଏରି, ଅରୋଦି ଓ ଅରେଲୀ।
The sons of Gad: Sephian and Haggi and Suni and Esebon and Heri and Arodi and Areli.
17 ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ।
The sons of Aser: Jamne and Jesua and Jessuri and Beria, and Sara their sister. The sons of Beria: Heber and Melchiel.
18 ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
These are the sons of Zelpha, whom Laban gave to Lia his daughter. And these she bore to Jacob, sixteen souls.
19 ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।
The sons of Rachel Jacob’s wife: Joseph and Benjamin.
20 ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
And sons were born to Joseph, in the land of Egypt, whom Aseneth the daughter of Putiphare priest of Heliopolis bore him: Manasses and Ephraim.
21 ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ।
The sons of Benjamin: Bela and Bechor and Asbel and Gera and Naaman and Echi and Ros and Mophim and Ophim and Ared.
22 ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।
These are the sons of Rachel, whom she bore to Jacob: all the souls, fourteen.
23 ଆଉ ଦାନ୍ର ପୁତ୍ର ହୂଶୀମ୍।
The sons of Dan: Husim.
24 ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।
The sons of Nephtali: Jaziel and Guni and Jeser and Sallem.
25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
These are the sons of Bala, whom Laban gave to Rachel his daughter: and these she bore to Jacob: all the souls, seven.
26 ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।
All the souls that went with Jacob into Egypt, and that came out of his thigh, besides his sons’ wives, sixty-six.
27 ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
And the sons of Joseph, that were born to him in the land of Egypt, two souls. All the souls of the house of Jacob, that entered into Egypt, were seventy.
28 ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
And he sent Juda before him to Joseph, to tell him; and that he should meet him in Gessen.
29 ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
And when he was come thither, Joseph made ready his chariot, and went up to meet his father, in the same place: and seeing him, he fell upon his neck, and embracing him wept.
30 ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
And the father said to Joseph: Now shall I die with joy, because I have seen thy face, and leave thee alive.
31 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।
And Joseph said to his brethren, and to all his father’s house: I will go up, and will tell Pharao, and will say to him: My brethren and my father’s house, that were in the land of Chanaan, are come to me:
32 ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’
And the men are shepherds, and their occupation is to feed cattle: their flocks and herds, and all they have, they have brought with them.
33 ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭମାନଙ୍କର କେଉଁ ବ୍ୟବସାୟ?’ ଏ କଥା ଯେତେବେଳେ ପଚାରିବେ,
And when he shall call you, and shall say: What is your occupation?
34 ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”
You shall answer: We thy servants are shepherds, from our infancy until now, both we and our fathers. And this you shall say, that you may dwell in the land of Gessen, because the Egyptians have all shepherds in abomination.