< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 47 >

1 ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସିଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
וַיָּבֹא יוֹסֵף וַיַּגֵּד לְפַרְעֹה וַיֹּאמֶר אָבִי וְאַחַי וְצֹאנָם וּבְקָרָם וְכׇל־אֲשֶׁר לָהֶם בָּאוּ מֵאֶרֶץ כְּנָעַן וְהִנָּם בְּאֶרֶץ גֹּֽשֶׁן׃
2 ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
וּמִקְצֵה אֶחָיו לָקַח חֲמִשָּׁה אֲנָשִׁים וַיַּצִּגֵם לִפְנֵי פַרְעֹֽה׃
3 ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”
וַיֹּאמֶר פַּרְעֹה אֶל־אֶחָיו מַה־מַּעֲשֵׂיכֶם וַיֹּאמְרוּ אֶל־פַּרְעֹה רֹעֵה צֹאן עֲבָדֶיךָ גַּם־אֲנַחְנוּ גַּם־אֲבוֹתֵֽינוּ׃
4 ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”
וַיֹּאמְרוּ אֶל־פַּרְעֹה לָגוּר בָּאָרֶץ בָּאנוּ כִּי־אֵין מִרְעֶה לַצֹּאן אֲשֶׁר לַעֲבָדֶיךָ כִּֽי־כָבֵד הָרָעָב בְּאֶרֶץ כְּנָעַן וְעַתָּה יֵֽשְׁבוּ־נָא עֲבָדֶיךָ בְּאֶרֶץ גֹּֽשֶׁן׃
5 ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,
וַיֹּאמֶר פַּרְעֹה אֶל־יוֹסֵף לֵאמֹר אָבִיךָ וְאַחֶיךָ בָּאוּ אֵלֶֽיךָ׃
6 ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”
אֶרֶץ מִצְרַיִם לְפָנֶיךָ הִוא בְּמֵיטַב הָאָרֶץ הוֹשֵׁב אֶת־אָבִיךָ וְאֶת־אַחֶיךָ יֵשְׁבוּ בְּאֶרֶץ גֹּשֶׁן וְאִם־יָדַעְתָּ וְיֶשׁ־בָּם אַנְשֵׁי־חַיִל וְשַׂמְתָּם שָׂרֵי מִקְנֶה עַל־אֲשֶׁר־לִֽי׃
7 ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
וַיָּבֵא יוֹסֵף אֶת־יַֽעֲקֹב אָבִיו וַיַּֽעֲמִדֵהוּ לִפְנֵי פַרְעֹה וַיְבָרֶךְ יַעֲקֹב אֶת־פַּרְעֹֽה׃
8 ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”
וַיֹּאמֶר פַּרְעֹה אֶֽל־יַעֲקֹב כַּמָּה יְמֵי שְׁנֵי חַיֶּֽיךָ׃
9 ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
וַיֹּאמֶר יַעֲקֹב אֶל־פַּרְעֹה יְמֵי שְׁנֵי מְגוּרַי שְׁלֹשִׁים וּמְאַת שָׁנָה מְעַט וְרָעִים הָיוּ יְמֵי שְׁנֵי חַיַּי וְלֹא הִשִּׂיגוּ אֶת־יְמֵי שְׁנֵי חַיֵּי אֲבֹתַי בִּימֵי מְגוּרֵיהֶֽם׃
10 ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।
וַיְבָרֶךְ יַעֲקֹב אֶת־פַּרְעֹה וַיֵּצֵא מִלִּפְנֵי פַרְעֹֽה׃
11 ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍‍, ରାମିଷେଷ୍‍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।
וַיּוֹשֵׁב יוֹסֵף אֶת־אָבִיו וְאֶת־אֶחָיו וַיִּתֵּן לָהֶם אֲחֻזָּה בְּאֶרֶץ מִצְרַיִם בְּמֵיטַב הָאָרֶץ בְּאֶרֶץ רַעְמְסֵס כַּאֲשֶׁר צִוָּה פַרְעֹֽה׃
12 ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।
וַיְכַלְכֵּל יוֹסֵף אֶת־אָבִיו וְאֶת־אֶחָיו וְאֵת כׇּל־בֵּית אָבִיו לֶחֶם לְפִי הַטָּֽף׃
13 ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।
וְלֶחֶם אֵין בְּכׇל־הָאָרֶץ כִּֽי־כָבֵד הָרָעָב מְאֹד וַתֵּלַהּ אֶרֶץ מִצְרַיִם וְאֶרֶץ כְּנַעַן מִפְּנֵי הָרָעָֽב׃
14 ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।
וַיְלַקֵּט יוֹסֵף אֶת־כׇּל־הַכֶּסֶף הַנִּמְצָא בְאֶֽרֶץ־מִצְרַיִם וּבְאֶרֶץ כְּנַעַן בַּשֶּׁבֶר אֲשֶׁר־הֵם שֹׁבְרִים וַיָּבֵא יוֹסֵף אֶת־הַכֶּסֶף בֵּיתָה פַרְעֹֽה׃
15 ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”
וַיִּתֹּם הַכֶּסֶף מֵאֶרֶץ מִצְרַיִם וּמֵאֶרֶץ כְּנַעַן וַיָּבֹאוּ כׇל־מִצְרַיִם אֶל־יוֹסֵף לֵאמֹר הָֽבָה־לָּנוּ לֶחֶם וְלָמָּה נָמוּת נֶגְדֶּךָ כִּי אָפֵס כָּֽסֶף׃
16 ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”
וַיֹּאמֶר יוֹסֵף הָבוּ מִקְנֵיכֶם וְאֶתְּנָה לָכֶם בְּמִקְנֵיכֶם אִם־אָפֵס כָּֽסֶף׃
17 ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।
וַיָּבִיאוּ אֶת־מִקְנֵיהֶם אֶל־יוֹסֵף וַיִּתֵּן לָהֶם יוֹסֵף לֶחֶם בַּסּוּסִים וּבְמִקְנֵה הַצֹּאן וּבְמִקְנֵה הַבָּקָר וּבַחֲמֹרִים וַיְנַהֲלֵם בַּלֶּחֶם בְּכׇל־מִקְנֵהֶם בַּשָּׁנָה הַהִֽוא׃
18 ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।
וַתִּתֹּם הַשָּׁנָה הַהִוא וַיָּבֹאוּ אֵלָיו בַּשָּׁנָה הַשֵּׁנִית וַיֹּאמְרוּ לוֹ לֹֽא־נְכַחֵד מֵֽאֲדֹנִי כִּי אִם־תַּם הַכֶּסֶף וּמִקְנֵה הַבְּהֵמָה אֶל־אֲדֹנִי לֹא נִשְׁאַר לִפְנֵי אֲדֹנִי בִּלְתִּי אִם־גְּוִיָּתֵנוּ וְאַדְמָתֵֽנוּ׃
19 ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”
לָמָּה נָמוּת לְעֵינֶיךָ גַּם־אֲנַחְנוּ גַּם אַדְמָתֵנוּ קְנֵֽה־אֹתָנוּ וְאֶת־אַדְמָתֵנוּ בַּלָּחֶם וְנִֽהְיֶה אֲנַחְנוּ וְאַדְמָתֵנוּ עֲבָדִים לְפַרְעֹה וְתֶן־זֶרַע וְנִֽחְיֶה וְלֹא נָמוּת וְהָאֲדָמָה לֹא תֵשָֽׁם׃
20 ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।
וַיִּקֶן יוֹסֵף אֶת־כׇּל־אַדְמַת מִצְרַיִם לְפַרְעֹה כִּֽי־מָכְרוּ מִצְרַיִם אִישׁ שָׂדֵהוּ כִּֽי־חָזַק עֲלֵהֶם הָרָעָב וַתְּהִי הָאָרֶץ לְפַרְעֹֽה׃
21 ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।
וְאֶת־הָעָם הֶעֱבִיר אֹתוֹ לֶעָרִים מִקְצֵה גְבוּל־מִצְרַיִם וְעַד־קָצֵֽהוּ׃
22 ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ।
רַק אַדְמַת הַכֹּהֲנִים לֹא קָנָה כִּי חֹק לַכֹּהֲנִים מֵאֵת פַּרְעֹה וְאָֽכְלוּ אֶת־חֻקָּם אֲשֶׁר נָתַן לָהֶם פַּרְעֹה עַל־כֵּן לֹא מָכְרוּ אֶת־אַדְמָתָֽם׃
23 ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।
וַיֹּאמֶר יוֹסֵף אֶל־הָעָם הֵן קָנִיתִי אֶתְכֶם הַיּוֹם וְאֶת־אַדְמַתְכֶם לְפַרְעֹה הֵֽא־לָכֶם זֶרַע וּזְרַעְתֶּם אֶת־הָאֲדָמָֽה׃
24 ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
וְהָיָה בַּתְּבוּאֹת וּנְתַתֶּם חֲמִישִׁית לְפַרְעֹה וְאַרְבַּע הַיָּדֹת יִהְיֶה לָכֶם לְזֶרַע הַשָּׂדֶה וּֽלְאׇכְלְכֶם וְלַאֲשֶׁר בְּבָתֵּיכֶם וְלֶאֱכֹל לְטַפְּכֶֽם׃
25 ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
וַיֹּאמְרוּ הֶחֱיִתָנוּ נִמְצָא־חֵן בְּעֵינֵי אֲדֹנִי וְהָיִינוּ עֲבָדִים לְפַרְעֹֽה׃
26 ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
וַיָּשֶׂם אֹתָהּ יוֹסֵף לְחֹק עַד־הַיּוֹם הַזֶּה עַל־אַדְמַת מִצְרַיִם לְפַרְעֹה לַחֹמֶשׁ רַק אַדְמַת הַכֹּֽהֲנִים לְבַדָּם לֹא הָיְתָה לְפַרְעֹֽה׃
27 ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।
וַיֵּשֶׁב יִשְׂרָאֵל בְּאֶרֶץ מִצְרַיִם בְּאֶרֶץ גֹּשֶׁן וַיֵּאָחֲזוּ בָהּ וַיִּפְרוּ וַיִּרְבּוּ מְאֹֽד׃
28 ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।
וַיְחִי יַעֲקֹב בְּאֶרֶץ מִצְרַיִם שְׁבַע עֶשְׂרֵה שָׁנָה וַיְהִי יְמֵֽי־יַעֲקֹב שְׁנֵי חַיָּיו שֶׁבַע שָׁנִים וְאַרְבָּעִים וּמְאַת שָׁנָֽה׃
29 ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।
וַיִּקְרְבוּ יְמֵֽי־יִשְׂרָאֵל לָמוּת וַיִּקְרָא ׀ לִבְנוֹ לְיוֹסֵף וַיֹּאמֶר לוֹ אִם־נָא מָצָאתִי חֵן בְּעֵינֶיךָ שִֽׂים־נָא יָדְךָ תַּחַת יְרֵכִי וְעָשִׂיתָ עִמָּדִי חֶסֶד וֶאֱמֶת אַל־נָא תִקְבְּרֵנִי בְּמִצְרָֽיִם׃
30 ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”
וְשָֽׁכַבְתִּי עִם־אֲבֹתַי וּנְשָׂאתַנִי מִמִּצְרַיִם וּקְבַרְתַּנִי בִּקְבֻרָתָם וַיֹּאמַר אָנֹכִי אֶֽעֱשֶׂה כִדְבָרֶֽךָ׃
31 ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ।
וַיֹּאמֶר הִשָּֽׁבְעָה לִי וַיִּשָּׁבַע לוֹ וַיִּשְׁתַּחוּ יִשְׂרָאֵל עַל־רֹאשׁ הַמִּטָּֽה׃

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 47 >