< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 48 >
1 ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।
Et après ces choses il arriva que l'on dit à Joseph: Voilà ton père malade. Et il prit avec lui ses deux fils, Manassé et Ephraïm.
2 ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
Et on l'annonça à Jacob en ces termes: Voici que ton fils Joseph arrive chez toi. Et Jacob recueillit ses forces et s'assit au lit.
3 ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
Et Jacob dit à Joseph: Dieu, le Tout-Puissant, m'est apparu à Luz au pays de Canaan, et m'a béni
4 ‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’
et m'a dit: Voici, je veux te rendre fécond et te multiplier et te faire devenir une masse de peuples, et je donnerai ce pays-ci à ta postérité après toi en propriété éternelle.
5 ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
Et maintenant tes deux fils qui te sont nés au pays d'Égypte avant mon arrivée chez toi au pays d'Égypte, seront miens; Ephraïm et Manassé seront miens à l'égal de Ruben et Siméon.
6 ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।
Mais tes enfants que tu engendreras après eux, seront tiens; ils seront compris sous le nom de leurs frères dans le lot de ceux-ci.
7 ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”
Et quand je revenais de Mésopotamie, à mes côtés mourut Rachel dans le pays de Canaan, en route, à quelque distance d'Ephrata; et c'est là que je lui donnai la sépulture sur le chemin d'Ephrata, c'est-à-dire Bethléhem.
8 ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”
Alors Israël vit les deux fils de Joseph et dit: Qui sont-ils?
9 ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
Et Joseph dit à son père: Ce sont mes fils que Dieu m'a donnés ici. Et il dit: Eh bien! amène-les-moi afin que je les bénisse.
10 ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।
Or les yeux d'Israël étaient accablés par l'âge et il ne pouvait plus voir. Et il les fit approcher de lui, et il les embrassa et les étreignit.
11 ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”
Et Israël dit à Joseph: Je ne pensais pas revoir ton visage et voilà que Dieu m'a accordé de voir aussi ta postérité!
12 ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
Et Joseph les éloigna de ses genoux et se prosterna la face contre terre.
13 ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
Puis Joseph les prit les deux, Ephraïm à sa droite, à la gauche d'Israël, et Manassé à sa gauche, à la droite d'Israël, et il les fit approcher de lui.
14 ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
Mais Israël étendit sa main droite et la posa sur la tête d'Ephraïm qui était pourtant le cadet, et il posa sa main gauche sur la tête de Manassé; ce fut sciemment qu'il posa ainsi sa main, car Manassé était le premier-né.
15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
Et il bénit Joseph et dit: Dieu en la présence duquel ont marché mes pères, Abraham et Isaac, le Dieu qui a été mon berger depuis que j'existe jusqu'à ce jour,
16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
l'Ange qui m'a délivré de tous les maux, bénisse ces enfants; que mon nom et le nom de mes pères, Abraham et Isaac, soient portés par eux, et qu'ils multiplient abondamment dans le pays.
17 ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
Mais Joseph ayant vu que son père posait sa main droite sur la tête d'Ephraïm en eut du déplaisir, et il prit la main de son père pour la transférer de la tête d'Ephraïm sur la tête de Manassé.
18 “ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
Et Joseph dit à son père: Non pas ainsi, mon père, car celui-ci est le premier-né, pose ta main droite sur sa tête.
19 ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”
Mais son père refusa et dit: Je le sais, mon fils, je le sais! lui aussi il deviendra un peuple, lui aussi il grandira; mais son frère cadet sera plus grand que lui, et sa postérité sera une multitude de peuples.
20 ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
Il les bénit donc ainsi ce jour-là et il dit: Israël bénira par toi et dira: Que Dieu te traite comme Ephraïm et comme Manassé! et il mit ainsi Ephraïm avant Manassé.
21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।
Et Israël dit à Joseph: Voici, je meurs, et Dieu sera avec vous et vous ramènera au pays de vos pères,
22 ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”
je te donne de plus qu'à tes frères une portion que j'ai conquise sur les Amoréens avec mon épée et mon arc.