< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 48 >

1 ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।
これらの事の後に、「あなたの父は、いま病気です」とヨセフに告げる者があったので、彼はふたりの子、マナセとエフライムとを連れて行った。
2 ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
時に人がヤコブに告げて、「あなたの子ヨセフがあなたのもとにきました」と言ったので、イスラエルは努めて床の上にすわった。
3 ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,
そしてヤコブはヨセフに言った、「先に全能の神がカナンの地ルズでわたしに現れ、わたしを祝福して、
4 ‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’
言われた、『わたしはおまえに多くの子を得させ、おまえをふやし、おまえを多くの国民としよう。また、この地をおまえの後の子孫に与えて永久の所有とさせる』。
5 ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
エジプトにいるあなたの所にわたしが来る前に、エジプトの国で生れたあなたのふたりの子はいまわたしの子とします。すなわちエフライムとマナセとはルベンとシメオンと同じようにわたしの子とします。
6 ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।
ただし彼らの後にあなたに生れた子らはあなたのものとなります。しかし、その嗣業はその兄弟の名で呼ばれるでしょう。
7 ପଦ୍ଦନ୍‍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋʼ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍‍, ବେଥଲିହିମର ପଥ ପାର୍ଶ୍ୱରେ ତାକୁ କବର ଦେଲି।”
わたしがパダンから帰って来る途中ラケルはカナンの地で死に、わたしは悲しんだ。そこはエフラタに行くまでには、なお隔たりがあった。わたしはエフラタ、すなわちベツレヘムへ行く道のかたわらに彼女を葬った」。
8 ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”
ところで、イスラエルはヨセフの子らを見て言った、「これはだれですか」。
9 ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋʼ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
ヨセフは父に言った、「神がここでわたしにくださった子どもです」。父は言った、「彼らをわたしの所に連れてきて、わたしに祝福させてください」。
10 ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।
イスラエルの目は老齢のゆえに、かすんで見えなかったが、ヨセフが彼らを父の所に近寄らせたので、父は彼らに口づけし、彼らを抱いた。
11 ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”
そしてイスラエルはヨセフに言った、「あなたの顔が見られようとは思わなかったのに、神はあなたの子らをもわたしに見させてくださった」。
12 ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।
そこでヨセフは彼らをヤコブのひざの間から取り出し、地に伏して拝した。
13 ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
ヨセフはエフライムを右の手に取ってイスラエルの左の手に向かわせ、マナセを左の手に取ってイスラエルの右の手に向かわせ、ふたりを近寄らせた。
14 ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
すると、イスラエルは右の手を伸べて弟エフライムの頭に置き、左の手をマナセの頭に置いた。マナセは長子であるが、ことさらそのように手を置いたのである。
15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
そしてヨセフを祝福して言った、「わが先祖アブラハムとイサクの仕えた神、生れてからきょうまでわたしを養われた神、
16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
すべての災からわたしをあがなわれたみ使よ、この子供たちを祝福してください。またわが名と先祖アブラハムとイサクの名とが、彼らによって唱えられますように、また彼らが地の上にふえひろがりますように」。
17 ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
ヨセフは父が右の手をエフライムの頭に置いているのを見て不満に思い、父の手を取ってエフライムの頭からマナセの頭へ移そうとした。
18 “ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
そしてヨセフは父に言った、「父よ、そうではありません。こちらが長子です。その頭に右の手を置いてください」。
19 ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”
父は拒んで言った、「わかっている。子よ、わたしにはわかっている。彼もまた一つの民となり、また大いなる者となるであろう。しかし弟は彼よりも大いなる者となり、その子孫は多くの国民となるであろう」。
20 ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
こうして彼はこの日、彼らを祝福して言った、「あなたを指して、イスラエルは、人を祝福して言うであろう、『神があなたをエフライムのごとく、またマナセのごとくにせられるように』」。このように、彼はエフライムをマナセの先に立てた。
21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।
イスラエルはまたヨセフに言った、「わたしはやがて死にます。しかし、神はあなたがたと共におられて、あなたがたを先祖の国に導き返されるであろう。
22 ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”
なおわたしは一つの分を兄弟よりも多くあなたに与える。これはわたしがつるぎと弓とを持ってアモリびとの手から取ったものである」。

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 48 >