< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5 >

1 ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
亚当的后代记在下面。(当 神造人的日子,是照着自己的样式造的,
2 ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
并且造男造女。在他们被造的日子, 神赐福给他们,称他们为“人”。)
3 ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
亚当活到一百三十岁,生了一个儿子,形象样式和自己相似,就给他起名叫塞特。
4 ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
亚当生塞特之后,又在世八百年,并且生儿养女。
5 ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
亚当共活了九百三十岁就死了。
6 ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
塞特活到一百零五岁,生了以挪士。
7 ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
塞特生以挪士之后,又活了八百零七年,并且生儿养女。
8 ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
塞特共活了九百一十二岁就死了。
9 ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
以挪士活到九十岁,生了该南。
10 ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
以挪士生该南之后,又活了八百一十五年,并且生儿养女。
11 ଈନୋଶର ବୟସ ସର୍ବସୁଦ୍ଧା ନଅ ଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
以挪士共活了九百零五岁就死了。
12 କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
该南活到七十岁,生了玛勒列。
13 ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
该南生玛勒列之后,又活了八百四十年,并且生儿养女。
14 ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
该南共活了九百一十岁就死了。
15 ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
玛勒列活到六十五岁,生了雅列。
16 ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
玛勒列生雅列之后,又活了八百三十年,并且生儿养女。
17 ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
玛勒列共活了八百九十五岁就死了。
18 ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
雅列活到一百六十二岁,生了以诺。
19 ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
雅列生以诺之后,又活了八百年,并且生儿养女。
20 ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
雅列共活了九百六十二岁就死了。
21 ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
以诺活到六十五岁,生了玛土撒拉。
22 ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
以诺生玛土撒拉之后,与 神同行三百年,并且生儿养女。
23 ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା;
以诺共活了三百六十五岁。
24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
以诺与 神同行, 神将他取去,他就不在世了。
25 ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
玛土撒拉活到一百八十七岁,生了拉麦。
26 ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତ ଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
玛土撒拉生拉麦之后,又活了七百八十二年,并且生儿养女。
27 ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
玛土撒拉共活了九百六十九岁就死了。
28 ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
拉麦活到一百八十二岁,生了一个儿子,
29 ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”
给他起名叫挪亚,说:“这个儿子必为我们的操作和手中的劳苦安慰我们;这操作劳苦是因为耶和华咒诅地。”
30 ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
拉麦生挪亚之后,又活了五百九十五年,并且生儿养女。
31 ତାଙ୍କର ବୟସ ସର୍ବସୁଦ୍ଧା ସାତ ଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
拉麦共活了七百七十七岁就死了。
32 ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।
挪亚五百岁生了闪、含、雅弗。

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5 >