< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5 >

1 ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
Hii ni orodha ya vizazi vya Adamu. Katika siku ambayo Mungu alimuumba mtu, aliwaumba katika mfano wake mwenyewe.
2 ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
Mwanaume na mwanamke aliwaumba. Akawabariki na akawaita Adam wakati walipoumbwa.
3 ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
Wakati Adamu alipokuwa ameishi miaka 130, akamzaa mwana katika sura yake mwenyewe, kwa mfano wake, na akamuita jina lake Sethi.
4 ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
Baada ya Adamu kumzaa Sethi, aliishi miaka mia nane. Akawazaa wana wengi waume na wake.
5 ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
Adamu akaishi miaka 930 kisha akafariki.
6 ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
Wakati Sethi alipokuwa ameishi miaka 105, akamzaa Enoshi.
7 ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
Baada ya kumzaa Enoshi, akaishi miaka 807 na akawazaa wana wengi waume na wake.
8 ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
Sethi akaishi miaka 912 kisha akafariki.
9 ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
Wakati Enoshi alipokuwa ameishi miaka tisini, akamzaa Kenani.
10 ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Baada ya kumzaa Kenani, Enoshi aliishi miaka 815. Akazaa wana wengi wa ume na wake.
11 ଈନୋଶର ବୟସ ସର୍ବସୁଦ୍ଧା ନଅ ଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
Enoshi aliishi miaka 905 na kisha akafariki.
12 କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
Wakati Kanani alipokuwa ameishi miaka sabini, akamzaa Mahalaleli.
13 ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Baada ya kumzaa Mahalaleli, Kenani aliishi miaka 840. Akawazaa wana wengi wa ume na wake.
14 ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
Kenani aliishi miaka 910, na kisha akafariki.
15 ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
Mahalaleli alipokuwa ameishi miaka sitini na tano, alimzaa Yaredi.
16 ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Baada ya kumzaa Yaredi, Mahalaleli aliishi miaka 830. Akazaa wana wengi wa ume na wake.
17 ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
Mahalaleli aliishi miaka 895 na kisha akafariki.
18 ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
Yaredi alipokuwa ameishi miaka 162, alimzaa Henoko.
19 ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Baada ya kumzaa Henoko, Yaredi aliishi miaka mianane. Akazaa wana wengi waume na wake.
20 ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
Yaredi aliishi miaka 962 na kisha akafariki.
21 ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
Henoko alipokuwa ameishi miaka sitini na tano, akamzaa Methusela.
22 ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Henoko akaenenda na Mungu miaka miatatu baada ya kumzaa Methusela. Aliwazaa wana wengi wa ume na wake.
23 ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା;
Henoko aliishi miaka 365.
24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
Henoko alienenda na Mungu, na kisha alitoweka, kwa kuwa Mungu alimtwaa.
25 ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
Wakati Methusela alipokuwa ameishi miaka 187, alimzaa Lameki.
26 ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତ ଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Baada ya kumzaa Lameki, Methusela aliishi miaka 782. Akawazaa wana wengi wa ume na wake.
27 ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
Methusela aliishi miaka 969. Kisha akafariki.
28 ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
Wakati Lameki alipokuwa ameishi miaka 182, alimzaa mwana.
29 ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”
Akamuita jina lake Nuhu, akisema, “Huyu ndiye atatupatia pumziko kutoka katika kazi yetu na kutoka katika kazi ya taabu ya mikono yetu, ambayo lazima tuifanye kwa sababu ya ardhi ambayo Yahwe ameilaani.”
30 ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Lameki aliishi miaka 595 baada ya kumzaa baba wa Nuhu. Akazaa wanawengi wa ume na wake.
31 ତାଙ୍କର ବୟସ ସର୍ବସୁଦ୍ଧା ସାତ ଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
Lameki aliishi miaka 777. Kisha akafariki.
32 ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।
Baada ya Nuhu kuishi miaka miatano, akamzaa Shemu, Hamu, na Yafethi.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5 >