< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50 >

1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।
And Joseph fell upon his father’s face, and wept upon him, and kissed him.
2 ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।
And Joseph commanded his servants the physicians to embalm his father: and the physicians embalmed Israel.
3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।
And forty days were fulfilled for him; for so are fulfilled the days of those who are embalmed: and the Egyptians mourned for him seventy days.
4 ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
And when the days of his mourning were past, Joseph spoke to the house of Pharaoh, saying, If now I have found grace in your eyes, speak, I pray you, in the ears of Pharaoh, saying,
5 ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।”
My father made me swear, saying, Lo, I die: in my grave which I have dug for me in the land of Canaan, there shalt thou bury me. Now therefore let me go, I pray thee, and bury my father, and I will come again.
6 ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”
And Pharaoh said, Go up, and bury thy father, according as he made thee swear.
7 ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
And Joseph went up to bury his father: and with him went all the servants of Pharaoh, the elders of his house, and all the elders of the land of Egypt,
8 ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।
And all the house of Joseph, and his brethren, and his father’s house: only their little ones, and their flocks, and their herds, they left in the land of Goshen.
9 ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।
And there went with him both chariots and horsemen: and it was a very great company.
10 ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।
And they came to the threshingfloor of Atad, which is beyond Jordan, and there they mourned with a great and very grievous lamentation: and he made a mourning for his father seven days.
11 ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।
And when the inhabitants of the land, the Canaanites, saw the mourning in the threshingfloor of Atad, they said, This is a grievous mourning to the Egyptians: therefore the name of it was called Abelmizraim, which is beyond Jordan.
12 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
And his sons did to him according as he commanded them:
13 ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।
For his sons carried him into the land of Canaan, and buried him in the cave of the field of Machpelah, which Abraham bought with the field for a possession of a buryingplace of Ephron the Hittite, before Mamre.
14 ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ।
And Joseph returned to Egypt, he, and his brethren, and all that went up with him to bury his father, after he had buried his father.
15 ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”
And when Joseph’s brethren saw that their father was dead, they said, Joseph will perhaps hate us, and will certainly repay us all the evil which we did to him.
16 ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭ ପିତା ମୃତ୍ୟୁୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ‘ଯୋଷେଫକୁ ଏହି କଥା କହିବ,
And they sent a messenger to Joseph, saying, Thy father commanded before he died, saying,
17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
So shall ye say to Joseph, Forgive, I pray thee now, the trespass of thy brethren, and their sin; for they did to thee evil: and now, we pray thee, forgive the trespass of the servants of the God of thy father. And Joseph wept when they spoke to him.
18 ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”
And his brethren also went and fell down before his face; and they said, Behold, we are thy servants.
19 ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?
And Joseph said to them, Fear not: for am I in the place of God?
20 ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।
But as for you, ye thought evil against me; but God meant it for good, to bring to pass, as it is this day, to save many people alive.
21 ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।
Now therefore fear ye not: I will nourish you, and your little ones. And he comforted them, and spoke kindly to them.
22 ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।
And Joseph dwelt in Egypt, he, and his father’s house: and Joseph lived an hundred and ten years.
23 ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”
And Joseph saw Ephraim’s children of the third generation: the children also of Machir the son of Manasseh were brought up upon Joseph’s knees.
24 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”
And Joseph said to his brethren, I die: and God will surely visit you, and bring you out of this land to the land which he swore to Abraham, to Isaac, and to Jacob.
25 ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”
And Joseph took an oath of the children of Israel, saying, God will surely visit you, and ye shall carry up my bones from here.
26 ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।
So Joseph died, being an hundred and ten years old: and they embalmed him, and he was put in a coffin in Egypt.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50 >