< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 6 >
1 ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
Kane dhano ochako medore e piny, kendo onywolonegi nyiri,
2 ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
yawuot Nyasaye noneno ni nyi dhano beyo kendo negikendo moro amora mane chunygi ogombo.
3 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
Eka Jehova Nyasaye nowacho niya, “Mucha machiwo ngima ok nodag kuom dhano nyaka chiengʼ, nikech en ringruok matow, ndalone nobed higni mia achiel gi piero ariyo.”
4 ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
Jo-Nefilim ma gin joma robede miwuoro ne nitie e piny e ndalogo kendo kod ndalo maluwe, e kindeno ma yawuot Nyasaye kod nyi dhano nonywomore monywolo nyithindo. Nyithindogo ne thuondi kendo joma ne nigi huma e ndalogo.
5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Jehova Nyasaye noneno kaka richo dhano ogundho e piny kendo kaka paro duto mag chunye ne mana timo richo seche duto.
6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
Jehova Nyasaye chunye nodoko malit kuom keto dhano e piny kendo chunye nopongʼ gi lit.
7 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
Kuom mano Jehova Nyasaye nowacho niya, “Abiro nego dhano duto masechweyo e wangʼ piny kaachiel gi le kod gik mamol duto kod winy mafuyo e kor polo nimar dine ber ka dine ok achweyogi.”
8 ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।
To Nowa noyudo ngʼwono e wangʼ Jehova Nyasaye.
9 ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
Ma e nonro mar Nowa. Nowa ne ngʼama kare, kendo malongʼo e kind oganda mane nitie kendo nowuotho gi Nyasaye.
10 ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
Nowa ne nigi yawuowi adek: Shem, Ham kod Jafeth.
11 ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
Koro piny nokethore e nyim Nyasaye kendo opongʼ gi timbe mahundu.
12 ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
Nyasaye noneno kaka piny nosekethore, nikech ji duto mae piny nodak e richo.
13 ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
Kuom mano, Nyasaye nowacho ne Nowa niya, “Abiro tieko dhano duto nikech piny opongʼ gi timbe maricho nikech gin. Adier abiro tiekogi kaachiel gi piny.
14 ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
Omiyo los yie gi yien motegno, pog iye mondo owuog udi matindo kendo muone gi duogo, iye gi oko.
15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
Ma e kaka ibiro gere: Borne en fut mia angʼwen gi piero abich, lachne en fut piero abiriyo gabich kendo tutne fut piero angʼwen gabich.
16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
Ketne tado kiweyo thuolo mar fut achiel gi nus e kind tado kod kore. Ketne dhoot kendo ipog iye gorofa adek.
17 ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
Abiro kelo pi mar nam e piny mondo oketh gik mangima modak e bwo polo, gimoro amora man kod muya mar ngima e iye. Gimoro amora mae piny biro tho.
18 ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
To abiro timo singruokna kodi, kendo ibiro donjo e yie, in kaachiel gi yawuoti kod chiegi, kod mond yawuoti.
19 ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
Ibiro kawo gik mangima duto, machwo kod mamon mondo gidonji kodi ei yie kendo iritgi gibed mangima.
20 ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
Kuom kido duto mag winy, gi mag le, kod mag gik mamol e lowo ariyo ariyo nodonj kodi ei yie mondo ores ngimagi.
21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
Kaw kit chiemo duto monego cham kendo ikan-gi kaka chiembi kod mag-gi.”
22 ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।
Nowa notimo gik moko duto mana kaka Nyasaye nochike.