< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7 >
1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
Sa’an nan Ubangiji ya ce wa Nuhu. “Shiga jirgin, kai da dukan iyalinka, gama na ga kai mai adalci ne a wannan zamani.
2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
Ka ɗauki bakwai na kowace iri tsabtaccen dabba tare da kai, namiji da ta mace, da kuma biyu na kowace dabba marar tsabta, namiji da ta mace,
3 ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।
da kuma bakwai na kowane iri tsuntsu, namiji da ta mace, domin a bar kowane irinsu da rai a dukan duniya.
4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
Kwana bakwai daga yanzu zan aiko da ruwa a duniya yini arba’in da dare arba’in, zan kuma kawar da kowace halitta mai rai da na yi daga doron ƙasa.”
5 ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।
Nuhu ya aikata duk abin da Ubangiji ya umarce shi.
6 ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
Nuhu yana da shekaru 106 ne sa’ad da aka yi ambaliya ruwa a duniya.
7 ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
Nuhu da matarsa da’ya’yansa da matansu, suka shiga jirgi domin su tsira daga ruwa ambaliya.
8 ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
Biyu-biyu daga dabbobi masu tsabta da marasa tsabta, da tsuntsaye da kuma dukan halittu masu rarrafe a ƙasa,
9 ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
namiji da ta mace, suka zo wurin Nuhu, suka shiga jirgi, kamar yadda Allah ya umarce Nuhu.
10 ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।
Bayan kwana bakwai kuwa ambaliya ruwa ta sauko a bisa duniya.
11 ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।
A ranar sha bakwai ga wata na biyu, na shekara ta ɗari shida na rayuwar Nuhu, a ran nan sai dukan maɓuɓɓugai na manyan zurfafa suka fashe, tagogin sammai suka buɗe.
12 ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
Ruwa yana ta kwararowa bisa duniya, yini arba’in da dare arba’in.
13 ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
A wannan rana Nuhu tare da matarsa da’ya’yansa maza, Shem, Ham da Yafet da matansu uku suka shiga jirgi.
14 ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
Tare da su kuwa, akwai kowane naman jeji bisa ga irinsa, da dukan dabbobin gida bisa ga irinsu, da kowace halitta mai rarrafe a ƙasa bisa ga irinta, da kowane tsuntsun gida da na jeji bisa ga irinsa, da dukan abu mai fiffike.
15 ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
Biyu-biyu na dukan halittu masu numfashi suka zo wurin Nuhu, suka shiga jirgi.
16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।
Dabbobi da kowane abu mai rai da suka shiga ciki, namiji ne da ta mace, yadda Allah ya umarci Nuhu. Sa’an nan Ubangiji ya kulle jirgin daga baya.
17 ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
Kwana arba’in ambaliya ta yi ta saukowa a duniya, sa’ad da ruwa ya yi ta ƙaruwa sai ya yi ta ɗaga jirgin sama, ya kuwa tashi can bisa duniya.
18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
Ruwa ya taso, ya ƙaru ƙwarai a duniya, jirgin kuma ya yi ta yawo a bisa ruwa.
19 ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
Ruwa ya ƙaru ƙwarai a duniya, ya kuma rufe dukan duwatsu masu tsawo a ƙarƙashin sammai.
20 ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
Ruwan ya taso ya rufe duwatsu, zurfin ruwa daga duwatsun zuwa inda jirgin yake ya fi ƙafa ashirin.
21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
Kowane abu mai rai da yake tafiya a duniya ya hallaka, tsuntsaye, dabbobin gida, namun jeji, da dukan masu rarrafe waɗanda suke rarrafe a duniya, da kuma dukan mutane.
22 ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
Kome a busasshiyar ƙasa da yake numfashi a hancinsa ya mutu.
23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
Aka kawar da kowane abu mai rai, mutane da dabbobi da halittu masu rarrafe a ƙasa, da tsuntsayen sama a doron ƙasa, duka aka kawar da su daga duniya. Nuhu kaɗai aka bari da waɗanda suke tare da shi a cikin jirgi.
24 ଏହିରୂପେ ପୃଥିବୀ ଏକ ଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
Ruwa ya mamaye duniya har kwana ɗari da hamsin.