< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7 >
1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
Depois disse o Senhor a Noé: Entra tu e toda a tua casa na arca: porque te hei visto justo diante de mim nesta geração.
2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
De todo o animal limpo tomarás para ti sete e sete, macho e sua fêmea; mas dos animais que não são limpos, dois, o macho e sua fêmea.
3 ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।
Também das aves dos céus sete e sete, macho e fêmea, para conservar em vida a semente sobre a face de toda a terra.
4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
Porque, passados ainda sete dias, farei chover sobre a terra quarenta dias e quarenta noites; e desfarei de sobre a face da terra toda a substância que fiz.
5 ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।
E fez Noé conforme a tudo o que o Senhor lhe ordenara.
6 ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
E era Noé da idade de seiscentos anos, quando o dilúvio das águas veio sobre a terra.
7 ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
E entrou Noé, e seus filhos, e sua mulher, e as mulheres de seus filhos com ele na arca, por causa das águas do dilúvio.
8 ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
Dos animais limpos, e dos animais que não são limpos, e das aves, e de todo o réptil sobre a terra,
9 ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
Entraram de dois em dois a Noé na arca, macho e fêmea, como Deus ordenara a Noé.
10 ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।
E aconteceu que, passados sete dias, vieram sobre a terra as águas do dilúvio.
11 ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।
No ano seiscentos da vida de Noé, no mês segundo, aos dezesete dias do mes, naquele mesmo dia se romperam todas as fontes do grande abismo, e as janelas dos céus se abriram,
12 ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
E houve chuva sobre a terra quarenta dias e quarenta noites.
13 ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
E no mesmo dia entrou Noé, e Sem, e Cão, e Japhet, os filhos de Noé, como também a mulher de Noé, e as três mulheres de seus filhos com ele na arca.
14 ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
Eles, e todo o animal conforme a sua espécie, e todo o gado conforme a sua espécie, e todo o réptil que se roja sobre a terra conforme a sua espécie, e toda a ave conforme a sua espécie, todo o pássaro de toda a qualidade.
15 ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
E de toda a carne, em que havia espírito de vida, entraram de dois em dois a Noé na arca.
16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।
E os que entraram, macho e fêmea de toda a carne entraram, como Deus lhe tinha ordenado: e o Senhor o fechou por fora.
17 ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
E esteve o dilúvio quarenta dias sobre a terra, e cresceram as águas, e levantaram a arca, e ela se elevou sobre a terra.
18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
E prevaleceram as águas, e cresceram grandemente sobre a terra; e a arca andava sobre as águas.
19 ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
E as águas prevaleceram excessivamente sobre a terra; e todos os altos montes, que havia debaixo de todo o céu, foram cobertos.
20 ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
Quinze côvados acima prevaleceram as águas; e os montes foram cobertos.
21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
E expirou toda a carne que se movia sobre a terra, tanto de ave como de gado e de feras, e de todo o réptil que se roja sobre a terra, e todo o homem.
22 ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
Tudo o que tinha fôlego de espírito de vida em seus narizes, tudo o que havia no seco, morreu.
23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
Assim foi desfeita toda a substância que havia sobre a face da terra, desde o homem até ao animal, até ao réptil, e até à ave dos céus; e foram extintos da terra: e ficou somente Noé, e os que com ele estavam na arca.
24 ଏହିରୂପେ ପୃଥିବୀ ଏକ ଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
E prevaleceram as águas sobre a terra cento e cincoênta dias.