< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 8 >

1 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
But God remembered Noah and all the animals and livestock that were with him in the ark. And God sent a wind over the earth, and the waters began to subside.
2 ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
The springs of the deep and the floodgates of the heavens were closed, and the rain from the sky was restrained.
3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
The waters receded steadily from the earth, and after 150 days the waters had gone down.
4 ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।
On the seventeenth day of the seventh month, the ark came to rest on the mountains of Ararat.
5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
And the waters continued to recede until the tenth month, and on the first day of the tenth month the tops of the mountains became visible.
6 ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ;
After forty days Noah opened the window he had made in the ark
7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।
and sent out a raven. It kept flying back and forth until the waters had dried up from the earth.
8 ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
Then Noah sent out a dove to see if the waters had receded from the surface of the ground.
9 ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
But the dove found no place to rest her foot, and she returned to him in the ark, because the waters were still covering the surface of all the earth. So he reached out his hand and brought her back inside the ark.
10 ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
Noah waited seven more days and again sent out the dove from the ark.
11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
And behold, the dove returned to him in the evening with a freshly plucked olive leaf in her beak. So Noah knew that the waters had receded from the earth.
12 ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
And Noah waited seven more days and sent out the dove again, but this time she did not return to him.
13 (ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
In Noah’s six hundred and first year, on the first day of the first month, the waters had dried up from the earth. So Noah removed the covering from the ark and saw that the surface of the ground was dry.
14 ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।
By the twenty-seventh day of the second month, the earth was fully dry.
15 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ,
Then God said to Noah,
16 “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇଯାଅ।
“Come out of the ark, you and your wife, along with your sons and their wives.
17 ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
Bring out all the living creatures that are with you—birds, livestock, and everything that crawls upon the ground—so that they can spread out over the earth and be fruitful and multiply upon it.”
18 ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
So Noah came out, along with his sons and his wife and his sons’ wives.
19 ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
Every living creature, every creeping thing, and every bird—everything that moves upon the earth—came out of the ark, kind by kind.
20 ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
Then Noah built an altar to the LORD. And taking from every kind of clean animal and clean bird, he offered burnt offerings on the altar.
21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
When the LORD smelled the pleasing aroma, He said in His heart, “Never again will I curse the ground because of man, even though every inclination of his heart is evil from his youth. And never again will I destroy all living creatures as I have done.
22 ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
As long as the earth endures, seedtime and harvest, cold and heat, summer and winter, day and night shall never cease.”

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 8 >

A Dove is Sent Forth from the Ark
A Dove is Sent Forth from the Ark