< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9 >

1 ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
Allah Nuha və onun oğullarına xeyir-dua verib dedi: «Törəyib çoxalın və yer üzünü bürüyün.
2 ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
Qurudakı bütün heyvanlar, göydəki bütün quşlar, yerdə sürünən bütün canlılar və dənizdə olan bütün balıqlar sizdən qorxub dəhşətə gələcək. Onlar sizin ixtiyarınıza verilib.
3 ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
Bütün canlılar da sizə qida olsun, onların hamısını bütün göy otlar kimi sizə verirəm.
4 ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।
Ancaq əti onun canı olan qanla birgə yeməyin.
5 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
Sizin isə qanınız tökülərsə, əvəzini hökmən alacağam. Hər heyvandan hesabınızı alacağam. Həmçinin insandan – qardaşının canını alan hər kəsdən əvəzini alacağam.
6 ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
Kim insan qanı töksə, Onun da qanı İnsan əli ilə töküləcək. Çünki Allah insanı Öz surətinə görə yaradıb.
7 ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
Siz törəyib çoxalın, Yer üzünə yayılın, Orada çoxalın».
8 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
Allah Nuha və yanında olan oğullarına dedi:
9 “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
«Mən sizinlə, sizdən sonrakı nəslinizlə Öz əhdimi bağlayıram,
10 ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
gəmidən çıxan yer üzündəki bütün canlı məxluqlarla – quşlar, ev heyvanları və bütün çöl heyvanları ilə əhdimi bağlayıram.
11 ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
Sizinlə Öz əhdimi qoyuram ki, bütün canlılar bir daha daşqınla məhv olmayacaq və heç vaxt yer üzünü viran edən daşqın baş verməyəcək».
12 ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
Allah yenə dedi: «Mənim sizinlə və sizinlə olan bütün canlılarla nəsillər boyu əbədi olaraq bağladığım əhdin əlaməti budur:
13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
buludda Öz göy qurşağımı qoyuram ki, Mənimlə yer üzü arasında olan əhdin əlaməti olsun.
14 ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
Mən yer üzünə bulud gətirdiyim zaman buludda göy qurşağı görünəcək.
15 ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
Onda Mən sizinlə və bütün canlı məxluqlarla bağladığım əhdi yada salacağam. Sular bir daha daşqına çevrilib bütün canlıları məhv etməyəcək.
16 ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
Buludda göy qurşağı olacaq. Mən Allah onu görüb yer üzündə yaşayan bütün canlı məxluqlarla bağladığım əbədi əhdi yada salacağam».
17 ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
Allah yenə Nuha dedi: «Mənim yer üzündə yaşayan bütün canlılarla bağladığım əhdin əlaməti budur».
18 ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।
Gəmidən çıxan Nuhun oğulları bunlardır: Sam, Ham və Yafəs. Hamdan Kənan törədi.
19 ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
Nuhun üç oğlu bunlardır və yer üzündə yayılan bütün insanlar onlardan törədi.
20 ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
Nuh torpağı becərməyə başladı və bir üzüm bağı saldı.
21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
O, şərab içib sərxoş oldu və öz çadırında çılpaq uzandı.
22 ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
Kənanın atası Ham atasının çılpaq olduğunu gördü və bunu bayırda iki qardaşına söylədi.
23 ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
Sam və Yafəs bir paltar götürüb öz çiyinlərinə saldılar və dal-dalı içəri girib, atalarının çılpaq bədənini örtdülər. Onlar üzlərini əks tərəfə çevirmişdilər ki, atalarının çılpaqlığını görməsinlər.
24 ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
Nuh öz sərxoşluğundan ayıldı və kiçik oğlunun əməlini bilib dedi:
25 ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
«Kənana lənət olsun, Öz qardaşlarının qullarına qul olsun».
26 ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
Yenə dedi: «Samın Allahı Rəbbə alqış olsun, Kənan ona qul olsun.
27 ପରମେଶ୍ୱର ଯେଫତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
Allah Yafəsə genişlik versin, Samın çadırlarında yaşasın. Kənan ona qul olsun».
28 ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ।
Nuh daşqından sonra üç yüz əlli il yaşadı.
29 ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।
O, doqquz yüz əlli il ömür sürüb öldü.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9 >