< ହବକ୍‍କୂକ 2 >

1 ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।
Sobre mi guarda estaré, y sobre la fortaleza afirmaré el pie, y atalayaré para ver qué hablará en mí, y qué tengo de responder a mi pregunta.
2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, “ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।
Y Jehová me respondió, y dijo: Escribe la visión, y declárala en tablas, para que corra el que leyere en ella.
3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
Porque la visión aun tardará por tiempo: mas al fin hablará, y no mentirá. Si se tardare, espéralo: que sin duda vendrá, no tardará.
4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
He aquí que se enorgullece aquel cuya alma no es derecha en él: mas el justo en su fe vivirá.
5 ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।” (Sheol h7585)
Cuanto mas que el dado al vino, traspasador, hombre soberbio, no permanecerá: que ensanchó como un osario su alma, y es como la muerte que no se hartará: mas congregó a sí todas las naciones, y amontonó a sí todos los pueblos. (Sheol h7585)
6 ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”
¿No han de levantar todos estos sobre él parábola, y adivinanzas de él? y dirán: ¡Ay del que multiplicó de lo que no era suyo! ¿Y hasta cuándo había de amontonar sobre sí espeso lodo?
7 ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍‍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ?
¿No se levantarán de repente los que te han de morder, y se despertarán los que te han de quitar de tu lugar, y serás a ellos por rapiña?
8 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
Porque tú despojaste muchas naciones, todos los otros pueblos te despojarán, a causa de las sangres humanas, y robos de la tierra, de las ciudades, y de todos los que moraban en ellas.
9 ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!
¡Ay del que codicia la mala codicia para su casa, por poner en alto su nido, por escaparse del poder del mal!
10 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।
Tomaste consejo vergonzoso para tu casa, asolaste muchos pueblos, y pecaste contra tu vida.
11 କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।
Porque la piedra del muro clamará, y la tabla del maderado le responderá.
12 ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!
¡Ay del que edifica la ciudad con sangres, y del que funda la villa con iniquidad!
13 ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?
¿Esto, no es de Jehová de los ejércitos? por tanto pueblos trabajarán en el fuego, y gentes se fatigarán en vano.
14 କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
Porque la tierra será llena de conocimiento de la gloria de Jehová, como las aguas cubren la mar.
15 ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!
¡Ay del que da de beber a su compañero, del que allegas cerca tu odre, y emborrachas para mirar después sus desnudeces!
16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
Háste hartado de deshonra más que de honra: bebe tú también; y serás descubierto: el cáliz de la mano derecha de Jehová volverá sobre ti, y vómito de afrenta caerá sobre tu gloria.
17 କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
Porque la rapiña del Líbano caerá sobre ti, y la destrucción de las fieras lo quebrantará, a causa de las sangres humanas, y del robo de la tierra, de las ciudades, y de todos los que moraban en ellas.
18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?
¿De qué sirve la escultura que esculpió el que la hizo; y el vaciadizo que enseña mentira, que confíe el hacedor en su obra haciendo imágenes mudas?
19 ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
¡Ay del que dice al palo: Despiértate; y a la piedra muda: Recuerda! ¿El ha de enseñar? He aquí que él está cubierto de oro y plata, y no hay espíritu dentro de él.
20 ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।
Mas Jehová en su santo templo, calle delante de él toda la tierra.

< ହବକ୍‍କୂକ 2 >