< ହବକ୍‍କୂକ 1 >

1 ଏହି ବାର୍ତ୍ତା ଯାହା ହବକ୍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ।
This is the burden that Habakkuk the prophet received in a vision:
2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
How long, O LORD, must I call for help but You do not hear, or cry out to You, “Violence!” but You do not save?
3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
Why do You make me see iniquity? Why do You tolerate wrongdoing? Destruction and violence are before me. Strife is ongoing, and conflict abounds.
4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
Therefore the law is paralyzed, and justice never goes forth. For the wicked hem in the righteous, so that justice is perverted.
5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
“Look at the nations and observe— be utterly astounded! For I am doing a work in your days that you would never believe even if someone told you.
6 କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
For behold, I am raising up the Chaldeans — that ruthless and impetuous nation which marches through the breadth of the earth to seize dwellings not their own.
7 ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।
They are dreaded and feared; from themselves they derive justice and sovereignty.
8 ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।
Their horses are swifter than leopards, fiercer than wolves of the night. Their horsemen charge ahead, and their cavalry comes from afar. They fly like a vulture, swooping down to devour.
9 ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।
All of them come bent on violence; their hordes advance like the east wind; they gather prisoners like sand.
10 ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।
They scoff at kings and make rulers an object of scorn. They laugh at every fortress and build up siege ramps to seize it.
11 ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।
Then they sweep by like the wind and pass on through. They are guilty; their own strength is their god.”
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।
Are You not from everlasting, O LORD, my God, my Holy One? We will not die. O LORD, You have appointed them to execute judgment; O Rock, You have established them for correction.
13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?
Your eyes are too pure to look upon evil, and You cannot tolerate wrongdoing. So why do You tolerate the faithless? Why are You silent while the wicked swallow up those more righteous than themselves?
14 ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?
You have made men like the fish of the sea, like creeping things that have no ruler.
15 ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।
The foe pulls all of them up with a hook; he catches them in his dragnet, and gathers them in his fishing net; so he rejoices gladly.
16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।
Therefore he sacrifices to his dragnet and burns incense to his fishing net, for by these things his portion is sumptuous and his food is rich.
17 ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?
Will he, therefore, empty his net and continue to slay nations without mercy?

< ହବକ୍‍କୂକ 1 >