< ହାଗୟ 1 >
1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
A shekara ta biyu ta mulkin Sarki Dariyus, a rana ta fari ga watan shida, maganar Ubangiji ta zo ta wurin annabi Haggai zuwa ga Zerubbabel ɗan Sheyaltiyel, gwamnan Yahuda, da kuma Yoshuwa ɗan Yehozadak, babban firist.
2 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
Ga abin da Ubangiji Maɗaukaki ya ce, “Waɗannan mutane sun ce, ‘Lokaci bai yi ba tukuna da za a gina gidan Ubangiji.’”
3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Sa’an nan maganar Ubangiji ta zo ta wurin annabi Haggai cewa,
4 “ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
“Ashe, lokaci ya yi da za ku zauna a ɗakunan da kuka yi da rufin katako, amma haikalin nan yana zaman kufai?”
5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
To, ga abin da Ubangiji Maɗaukaki ya ce, “Ku lura da al’amuranku.
6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
Kun shuka da yawa, amma kun girbe kaɗan. Kun ci, amma ba ku ƙoshi ba. Kun sha, amma ba ku kashe ƙishirwa ba. Kun sa tufafi, amma ba ku ji ɗumi ba. Kuna karɓar albashi, ya zama sai ka ce kuna zuba a hudajjen aljihu.”
7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
Ga abin da Ubangiji Maɗaukaki ya ce, “Ku lura da al’amuranku.
8 ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
Ku haura zuwa kan duwatsu ku sauko da katakai don ku gina gidan, don ni ma in ji daɗinsa, in kuma sami ɗaukaka,” in ji Ubangiji.
9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
“Ga shi, kukan sa rai za ku sami da yawa, amma sai ku ga kun sami kaɗan. Ɗan kaɗan ɗin ma da kukan kawo gida, nakan hura shi yă tafi. Me ya sa yake faruwa haka?” In ji Ubangiji Maɗaukaki. “Saboda gidana da yake zaman kango, yayinda kowannenku yana faman gina gidansa.
10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
Shi ya sa, saboda ku sammai sun ƙi saukar da raɓa, ƙasa kuma ta ƙi ba da amfani.
11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
Na kawo fări a ƙasar, da a kan duwatsu, da a kan hatsi, da a kan dukan abin da yake tsirowa daga ƙasa, da a kan mutane, da a kan dabbobi da kuma a kan wahalar hannuwanku.”
12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
Sa’an nan sai Zerubbabel ɗan Sheyaltiyel, da Yoshuwa ɗan Yehozadak, wanda yake babban firist, da kuma dukan raguwar jama’ar suka yi biyayya da muryar Ubangiji Allahnsu da kuma saƙon annabi Haggai, domin Ubangiji Allahnsu ne ya aiko shi. Mutane kuwa suka ji tsoron Ubangiji.
13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”
Sai Haggai, ɗan saƙon Ubangiji, ya ba da wannan saƙo na Ubangiji ga mutane cewa, “Ina tare da ku” in ji Ubangiji.
14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
Saboda haka Ubangiji ya motsa zuciyar Zerubbabel ɗan Sheyaltiyel, wanda yake gwamna a Yahuda, da kuma zuciyar Yoshuwa ɗan Yehozadak, babban firist, da kuma zukatan dukan raguwar jama’ar. Suka zo suka fara aiki a gidan Ubangiji Maɗaukaki, Allahnsu,
15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।
a ranar ashirin da huɗu ga watan shida. A shekara ta biyu ta mulkin Sarki Dariyus,