< ହାଗୟ 1 >

1 ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
در روز اول ماه ششم از سال دوم داریوش پادشاه، کلام خداوند به واسطه حجی نبی وبه زربابل بن شالتیئیل والی یهودا و به یهوشع بن یهوصادق رئیس کهنه رسیده، گفت:۱
2 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
یهوه صبایوت تکلم نموده، چنین می‌فرماید: این قوم می‌گویند وقت آمدن ما یعنی وقت بنا نمودن خانه خداوند نرسیده است.۲
3 ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
پس کلام خداوند به واسطه حجی نبی نازل شده، گفت:۳
4 “ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
آیا وقت شماست که شما در خانه های مسقف خود ساکن شوید و این خانه خراب بماند؟۴
5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
پس حال یهوه صبایوت چنین می‌گوید دل خود را به راههای خویش مشغول سازید.۵
6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
بسیار کاشته‌اید و اندک حاصل می‌کنید. می‌خورید اما سیر نمی شوید ومی نوشید لیکن سیراب نمی گردید. (رخت )می پوشید اما گرم نمی شوید و آنکه مزد می‌گیرد، مزد خویش را در کیسه سوراخ دار می‌گذارد.۶
7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
پس یهوه صبایوت چنین می‌گوید: دل خود را به راههای خود مشغول سازید.۷
8 ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
به کوه برآمده وچوب آورده، خانه را بنا نمایید و خداوندمی گوید: از آن راضی شده، جلال خواهم یافت.۸
9 ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
منتظر بسیار بودید و اینک کم شد و چون آن رابه خانه آوردید من بر آن دمیدم. یهوه صبایوت می‌پرسد که سبب این چیست؟ سبب این است که خانه من خراب می‌ماند و هرکدام از شما به خانه خویش می‌شتابید.۹
10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
از این سبب، آسمانها بخاطر شما از شبنم باز داشته می‌شود و زمین ازمحصولش بازداشته می‌گردد.۱۰
11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
و من بر زمین وبر کوهها و بر غله و عصیر انگور و روغن زیتون وبر هر‌آنچه زمین می‌رویاند و بر انسان و بهایم وتمامی مشقت های دستها خشکسالی را خواندم.»۱۱
12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
آنگاه زربابل بن شالتیئیل و یهوشع بن یهوصادق رئیس کهنه و تمامی بقیه قوم به قول یهوه خدای خود و به کلام حجی نبی چنانکه یهوه خدای ایشان او را فرستاده بود گوش دادند، و قوم از خداوند ترسیدند.۱۲
13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”
و حجی، رسول خداوند، پیغام خداوند را برای قوم بیان کرده، گفت: خداوند می‌گوید که من با شما هستم.۱۳
14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
وخداوند روح زربابل بن شالتیئیل والی یهودا وروح یهوشع بن یهوصادق، رئیس کهنه، و روح تمامی بقیه قوم را برانگیزانید تا بروند و در خانه یهوه صبایوت خدای خود به‌کار پردازند.۱۴
15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।
درروز بیست و چهارم ماه ششم از سال دوم داریوش پادشاه، این واقع شد.۱۵

< ହାଗୟ 1 >