< ହାଗୟ 2 >

1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
In the seventh month, in the twenty-first day of the month, the word of the LORD came by Haggai the prophet, saying,
2 “ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,
"Speak now to Zerubbabel, the son of Shealtiel, governor of Judah, and to Joshua, the son of Jehozadak, the high priest, and to the remnant of the people, saying,
3 ‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?
'Who is left among you who saw this house in its former glory? How do you see it now? Isn't it in your eyes as nothing?
4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
Yet now be strong, Zerubbabel,' says the LORD. 'Be strong, Joshua, son of Jehozadak, the high priest. Be strong, all you people of the land,' says the LORD, 'and work, for I am with you,' says the LORD of hosts.
5 କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
This is the word that I covenanted with you when you came out of Egypt, and my Spirit lived among you. 'Do not be afraid.'
6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;
For this is what the LORD of hosts says: 'Yet once more, it is a little while, and I will shake the heavens and the earth and the sea and the dry land;
7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
and I will shake all nations, and they will come with the treasures of all nations, and I will fill this house with glory, says the LORD of hosts.
8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
The silver is mine, and the gold is mine,' says the LORD of hosts.
9 ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”
'The latter glory of this house will be greater than the former,' says the LORD of hosts; 'and in this place will I give peace,' says the LORD of hosts."
10 ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
In the twenty-fourth day of the ninth month, in the second year of Daryavesh, the word of the LORD came by Haggai the prophet, saying,
11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
"Thus says the LORD of hosts: Ask now the priests concerning the law, saying,
12 ‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”
'If someone carries holy meat in the fold of his garment, and with his fold touches bread, stew, wine, oil, or any food, will it become holy?'" The priests answered, "No."
13 ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।”
Then Haggai said, "If one who is unclean by reason of a dead body touch any of these, will it be unclean?" The priests answered, "It will be unclean."
14 ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।
Then Haggai answered, "'So is this people, and so is this nation before me,' says the LORD; 'and so is every work of their hands. That which they offer there is unclean.
15 ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍‍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
Now, please consider from this day and backward, before a stone was laid on a stone in the temple of the LORD.
16 ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।
Through all that time, when one came to a heap of twenty measures, there were only ten. When one came to the wine vat to draw out fifty, there were only twenty.
17 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।
I struck you with blight, mildew, and hail in all the work of your hands; yet you did not turn to me,' says the LORD.
18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।
'Consider, please, from this day and backward, from the twenty-fourth day of the ninth month, since the day that the foundation of the LORD's temple was laid, consider it.
19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”
Is the seed yet in the barn? Yes, the vine, the fig tree, the pomegranate, and the olive tree haven't brought forth. From this day will I bless you.'"
20 ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
The word of the LORD came the second time to Haggai in the twenty-fourth day of the month, saying,
21 “ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
"Speak to Zerubbabel, governor of Judah, saying, 'I will shake the heavens and the earth.
22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।
I will overthrow the throne of kingdoms. I will destroy the strength of the kingdoms of the nations. I will overthrow the chariots, and those who ride in them. The horses and their riders will come down, everyone by the sword of his brother.
23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍‍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
In that day, says the LORD of hosts, will I take you, Zerubbabel, my servant, the son of Shealtiel,' says the LORD, 'and will make you as a signet, for I have chosen you,' says the LORD of hosts."

< ହାଗୟ 2 >