< ହାଗୟ 2 >
1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
En el día vigesimoprimero del séptimo mes, el Señor envió un mensaje a través del profeta Ageo.
2 “ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,
Dile a Zorobabel, hijo de Sealtiel, gobernante de Judá, y al sumo sacerdote Josué, y al resto del pueblo:
3 ‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?
¿Hay alguno entre ustedes que haya visto la gloria anterior de esta casa? ¿Qué les parece ahora? ¿No les parece que se ve insignificante?
4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
¡Ten fuerza, Zorobabel! ¡Ten fuerza, Josué, hijo de Josadac y sumo sacerdote! ¡Sé fuerte, pueblo que habitas en esta tierra! Trabajen, porque yo estoy con ustedes, dice el Señor Todopoderoso.
5 କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
Tal como se los prometí cuando salieron de Egipto, mi Espíritu sigue entre ustedes. ¡No teman!
6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;
Esto es lo que el Señor Todopoderoso dice: Pronto sacudiré los cielos y la tierra otra vez, así como el cielo y la tierra seca.
7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Haré temblar a todas las naciones y el deseado de todas las gentes vendrá y yo llenaré esta casa de gloria, dice el Señor Todopoderoso.
8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Mío es el oro y mía es la plata, dice el Señor Todopoderoso.
9 ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”
La gloria de esta segunda casa será más grande que la primera, dice el Señor Todopoderoso, y yo traeré paz a este lugar. Así lo declara el Señor Todopoderoso.
10 ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
En el vigésimo cuarto día del noveno mes, en el Segundo año del reinado del rey Darío, el Señor envió un mensaje a través del profeta Ageo.
11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
“Esto es lo que dice el Señor Todopoderoso: Pregúntale a los sacerdotes acerca de la ley.
12 ‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”
Si alguien lleva un poco de carne de un sacrificio sagrado en un pliegue de su ropa, y ese pliegue toca pan, estofado, vino o aceite de oliva, o cualquier otro alimento, ¿se vuelve sagrado dicho alimento?” Y la respuesta de los sacerdotes fue: “No”.
13 ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।”
Entonces Ageo les preguntó: “Si alguien se contamina al tocar un cuerpo muerto, y luego toca uno de esos alimentos, ¿se contaminan también?” Entonces los sacerdotes respondieron: “Sí, se contamina”.
14 ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।
Entonces Ageo repsondió: “Del mismo modo ocurre con este pueblo, y con la nación que está delante de mi, dice el Señor. Todo lo que hacen, y todas sus ofrendas están contaminadas”.
15 ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
Ahora piensen en lo que harán a partir de este día. Antes de poner piedra sobre piedra en la casa del Señor,
16 ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।
¿cómo eran sus vidas? Esperaban un granero lleno con viente medidas pero solo encontraron diez. Pensaron que podían vaciar cincuenta medidas del lagar pero solo había veinte.
17 ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।
Golpeé con tizón, moho y granizo sobre todo lo que trabajabas, pero aún así te negaste a Volver a mi, dice el Señor.
18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।
Piensen en lo que harán a partir de este día, hoy, el vigesimo cuarto día del noveno mes, cuando se puso el fundamento para la casa del Señor. Piensen en esto:
19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”
La semilla aún está en el granero. La viña, la higuera, el árbol de granada, y el árbol de olivo no han dado fruto todavía. Pero a partir de este día te bendeciré.
20 ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Entonces el Señor envió otro mensaje a través del profeta Ageo en el vigesimo cuarto día del mes:
21 “ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
Dile a Zorobabel, gobernador de Judá, que voy a sacudir los cielos y la tierra.
22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।
Destruiré los tronos y reinos, y el poder de los reinos sobre las naciones. Destruiré los carruajes y a sus jinetes. Los caballos y los jinetes caerán, y los hombres se matarán unos a otros con espada.
23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Ese día, dice el Señor, te tomaré a ti, Zorobabel, hijo de Sealtiel, y te convertiré en el sello en mi anillo, porque yo te he elegido. Así lo declara el Señor Todopoderoso.