< ଏବ୍ରୀ 1 >
1 ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,
天主在古時,曾多次並以多種方式,藉著先知對我們的祖先說過話;
2 ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ; (aiōn )
但在這末期內,衪藉著自己的兒子對我們說了話。天主立了衪為萬有的承繼者,並藉著衪造成了宇宙。 (aiōn )
3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,
衪是天主光榮的反映,是天主本體的真像,以自己大能的話支撐萬有;當衪滌除了罪惡之後,便在高天上坐於「尊威」的右邊。
4 ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।
衪所承受的名字既然超越眾天使的名字,所以衪遠超過眾天使之上。
5 କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?”
天主曾向那一位天使說過:『你是我的兒子,我今日生了你﹖』或說過:『我要作衪的父親,衪要作我的兒子﹖』
6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”
再者,當天主引領首生子進入世界的時候,又說:『天主的眾天使都要崇拜衪。』
7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,”
論到天使固然說過:『天主使自己的天使為風,使自己的僕役為火燄。』
8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।” (aiōn )
可是,論到自己的兒子卻說:『天主,你的御座,永遠常存,你治國的權杖,是公正的權杖。 (aiōn )
9 “ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”
你愛護正義,憎恨不法;為此天主,你的天主,用歡愉的油傅了你,勝過你的伴侶。』
10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”
又說:『上主,你在起初但但奠定了下地上天是你手的功績;
11 “ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,”
諸天必要毀滅,而你永遠存在;萬物必要如同衣裳一樣破壞。
12 “ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”
你將它們捲起好似外套,它門必如衣服,都要變換更新;但是你卻永存不變,你的壽命無盡無限。』
13 ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି?
又向那一位天使說過:『你坐在我右邊,等我使你的仇敵,變作你腳下的踏板﹖』
14 ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?
眾天使豈不都是奉職的神被派遣給那些要承受救恩的人服務嗎﹖