< ଏବ୍ରୀ 11 >

1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
Ἔστι δὲ πίστις ἐλπιζομένων ὑπόστασις, πραγμάτων ἔλεγχος οὐ βλεπομένων.
2 ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ।
ἐν ταύτῃ γὰρ ἐμαρτυρήθησαν οἱ πρεσβύτεροι.
3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ। (aiōn g165)
Πίστει νοοῦμεν κατηρτίσθαι τοὺς αἰῶνας ῥήματι Θεοῦ, εἰς τὸ μὴ ἐκ φαινομένων τὰ βλεπόμενα γεγονέναι. (aiōn g165)
4 ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।
Πίστει πλείονα θυσίαν Ἄβελ παρὰ Κάϊν προσήνεγκε τῷ Θεῷ, δι᾽ ἧς ἐμαρτυρήθη εἶναι δίκαιος, μαρτυροῦντος ἐπὶ τοῖς δώροις αὐτοῦ τοῦ Θεοῦ, καὶ δι᾽ αὐτῆς ἀποθανὼν ἔτι λαλεῖται.
5 ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଉର୍ଦ୍ଧ୍ବକୁ ଉତ୍ଥିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ବର ତାହାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ବରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;
Πίστει Ἐνὼχ μετετέθη τοῦ μὴ ἰδεῖν θάνατον, καὶ οὐχ εὑρίσκετο, διότι μετέθηκεν αὐτὸν ὁ Θεός· πρὸ γὰρ τῆς μεταθέσεως αὐτοῦ μεμαρτύρηται εὐηρεστηκέναι τῷ Θεῷ·
6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
χωρὶς δὲ πίστεως ἀδύνατον εὐαρεστῆσαι· πιστεῦσαι γὰρ δεῖ τὸν προσερχόμενον τῷ Θεῷ ὅτι ἔστι καὶ τοῖς ἐκζητοῦσιν αὐτὸν μισθαποδότης γίνεται.
7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
Πίστει χρηματισθεὶς Νῶε περὶ τῶν μηδέπω βλεπομένων, εὐλαβηθεὶς κατεσκεύασε κιβωτὸν εἰς σωτηρίαν τοῦ οἴκου αὐτοῦ, δι᾽ ἧς κατέκρινε τὸν κόσμον, καὶ τῆς κατὰ πίστιν δικαιοσύνης ἐγένετο κληρονόμος.
8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।
Πίστει καλούμενος Ἀβραὰμ ὑπήκουσεν ἐξελθεῖν εἰς τὸν τόπον ὃν ἔμελλε λαμβάνειν εἰς κληρονομίαν, καὶ ἐξῆλθε μὴ ἐπιστάμενος ποῦ ἔρχεται.
9 ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;
Πίστει παρῴκησεν εἰς τὴν γῆν τῆς ἐπαγγελίας ὡς ἀλλοτρίαν, ἐν σκηναῖς κατοικήσας μετὰ Ἰσαὰκ καὶ Ἰακὼβ τῶν συγκληρονόμων τῆς ἐπαγγελίας τῆς αὐτῆς·
10 କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।
ἐξεδέχετο γὰρ τὴν τοὺς θεμελίους ἔχουσαν πόλιν, ἧς τεχνίτης καὶ δημιουργὸς ὁ Θεός.
11 ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;
Πίστει καὶ αὐτὴ Σάρρα δύναμιν εἰς καταβολὴν σπέρματος ἔλαβε καὶ παρὰ καιρὸν ἡλικίας ἔτεκεν, ἐπεὶ πιστὸν ἡγήσατο τὸν ἐπαγγειλάμενον.
12 ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।
διὸ καὶ ἀφ᾽ ἑνὸς ἐγεννήθησαν, καὶ ταῦτα νενεκρωμένου, καθὼς τὰ ἄστρα τοῦ οὐρανοῦ τῷ πλήθει καὶ ὡς ἡ ἄμμος ἡ παρὰ τὸ χεῖλος τῆς θαλάσσης ἡ ἀναρίθμητος.
13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।
Κατὰ πίστιν ἀπέθανον οὗτοι πάντες, μὴ λαβόντες τὰς ἐπαγγελίας, ἀλλὰ πόρρωθεν αὐτὰς ἰδόντες καὶ ἀσπασάμενοι, καὶ ὁμολογήσαντες ὅτι ξένοι καὶ παρεπίδημοί εἰσιν ἐπὶ τῆς γῆς.
14 କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।
οἱ γὰρ τοιαῦτα λέγοντες ἐμφανίζουσιν ὅτι πατρίδα ἐπιζητοῦσι.
15 ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା।
καὶ εἰ μὲν ἐκείνης ἐμνημόνευον, ἀφ᾽ ἧς ἐξῆλθον, εἶχον ἂν καιρὸν ἀνακάμψαι·
16 କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
νῦν δὲ κρείττονος ὀρέγονται, τοῦτ᾽ ἔστιν ἐπουρανίου. διὸ οὐκ ἐπαισχύνεται αὐτοὺς ὁ Θεὸς Θεὸς ἐπικαλεῖσθαι αὐτῶν· ἡτοίμασε γὰρ αὐτοῖς πόλιν.
17 ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‌ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,
Πίστει προσενήνοχεν Ἀβραὰμ τὸν Ἰσαὰκ πειραζόμενος, καὶ τὸν μονογενῆ προσέφερεν ὁ τὰς ἐπαγγελίας ἀναδεξάμενος,
18 ଇସ୍‌ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,
πρὸς ὃν ἐλαλήθη ὅτι ἐν Ἰσαὰκ κληθήσεταί σοι σπέρμα,
19 କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।
λογισάμενος ὅτι καὶ ἐκ νεκρῶν ἐγείρειν δυνατὸς ὁ Θεός· ὅθεν αὐτὸν καὶ ἐν παραβολῇ ἐκομίσατο.
20 ବିଶ୍ୱାସ ଦ୍ୱାରା ଇସ୍‌ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ।
Πίστει περὶ μελλόντων εὐλόγησεν Ἰσαὰκ τὸν Ἰακὼβ καὶ τὸν Ἠσαῦ.
21 ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।
Πίστει Ἰακὼβ ἀποθνήσκων ἕκαστον τῶν υἱῶν Ἰωσὴφ εὐλόγησε, καὶ προσεκύνησεν ἐπὶ τὸ ἄκρον τῆς ῥάβδου αὐτοῦ.
22 ବିଶ୍ୱାସ ଦ୍ୱାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ବନ୍ଧରେ ଆଜ୍ଞା ଦେଲେ।
Πίστει Ἰωσὴφ τελευτῶν περὶ τῆς ἐξόδου τῶν υἱῶν Ἰσραὴλ ἐμνημόνευσε καὶ περὶ τῶν ὀστέων αὐτοῦ ἐνετείλατο.
23 ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାହାଙ୍କ ଜନ୍ମ ହେବା ସମୟରେ ତାହାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାହାଙ୍କୁ ଗୋପନରେ ରଖିଲେ।
Πίστει Μωϋσῆς γεννηθεὶς ἐκρύβη τρίμηνον ὑπὸ τῶν πατέρων αὐτοῦ, διότι εἶδον ἀστεῖον τὸ παιδίον, καὶ οὐκ ἐφοβήθησαν τὸ διάταγμα τοῦ βασιλέως.
24 ବିଶ୍ୱାସ ଦ୍ୱାରା ମୋଶା ବୟସପ୍ରାପ୍ତ ହେଲା ଉତ୍ତାରେ ଫାରୋଙ୍କର କନ୍ୟାଙ୍କ ପୁତ୍ର ବୋଲି ଖ୍ୟାତ ହେବାକୁ ନାସ୍ତି କଲେ;
Πίστει Μωϋσῆς μέγας γενόμενος ἠρνήσατο λέγεσθαι υἱὸς θυγατρὸς Φαραώ,
25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,
μᾶλλον ἑλόμενος συγκακουχεῖσθαι τῷ λαῷ τοῦ Θεοῦ ἢ πρόσκαιρον ἔχειν ἁμαρτίας ἀπόλαυσιν,
26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
μείζονα πλοῦτον ἡγησάμενος τῶν Αἰγύπτου θησαυρῶν τὸν ὀνειδισμὸν τοῦ Χριστοῦ· ἀπέβλεπε γὰρ εἰς τὴν μισθαποδοσίαν.
27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।
Πίστει κατέλιπεν Αἴγυπτον μὴ φοβηθεὶς τὸν θυμὸν τοῦ βασιλέως· τὸν γὰρ ἀόρατον ὡς ὁρῶν ἐκαρτέρησε.
28 ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।
Πίστει πεποίηκε τὸ πάσχα καὶ τὴν πρόσχυσιν τοῦ αἵματος, ἵνα μὴ ὁ ὀλοθρεύων τὰ πρωτότοκα θίγῃ αὐτῶν.
29 ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।
Πίστει διέβησαν τὴν Ἐρυθρὰν θάλασσαν ὡς διὰ ξηρᾶς, ἧς πεῖραν λαβόντες οἱ Αἰγύπτιοι κατεπόθησαν.
30 ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍‍ ହେଲା।
Πίστει τὰ τείχη Ἱεριχὼ ἔπεσε κυκλωθέντα ἐπὶ ἑπτὰ ἡμέρας.
31 ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।
Πίστει Ῥαὰβ ἡ πόρνη οὐ συναπώλετο τοῖς ἀπειθήσασι, δεξαμένη τοὺς κατασκόπους μετ᾽ εἰρήνης.
32 ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;
Καὶ τί ἔτι λέγω; ἐπιλείψει γάρ με διηγούμενον ὁ χρόνος περὶ Γεδεών, Βαράκ τε καὶ Σαμψὼν καὶ Ἰεφθάε, Δαυΐδ τε καὶ Σαμουὴλ καὶ τῶν προφητῶν,
33 ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,
οἳ διὰ πίστεως κατηγωνίσαντο βασιλείας, εἰργάσαντο δικαιοσύνην, ἐπέτυχον ἐπαγγελιῶν, ἔφραξαν στόματα λεόντων,
34 ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।
ἔσβεσαν δύναμιν πυρός, ἔφυγον στόματα μαχαίρας, ἐνεδυναμώθησαν ἀπὸ ἀσθενείας, ἐγενήθησαν ἰσχυροὶ ἐν πολέμῳ, παρεμβολὰς ἔκλιναν ἀλλοτρίων·
35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।
ἔλαβον γυναῖκες ἐξ ἀναστάσεως τοὺς νεκροὺς αὐτῶν· ἄλλοι δὲ ἐτυμπανίσθησαν, οὐ προσδεξάμενοι τὴν ἀπολύτρωσιν, ἵνα κρείττονος ἀναστάσεως τύχωσιν·
36 ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
ἕτεροι δὲ ἐμπαιγμῶν καὶ μαστίγων πεῖραν ἔλαβον, ἔτι δὲ δεσμῶν καὶ φυλακῆς·
37 କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ
ἐλιθάσθησαν, ἐπρίσθησαν, ἐπειράσθησαν, ἐν φόνῳ μαχαίρας ἀπέθανον, περιῆλθον ἐν μηλωταῖς, ἐν αἰγείοις δέρμασιν, ὑστερούμενοι, θλιβόμενοι, κακουχούμενοι,
38 ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।
ὧν οὐκ ἦν ἄξιος ὁ κόσμος, ἐν ἐρημίαις πλανώμενοι καὶ ὄρεσι καὶ σπηλαίοις καὶ ταῖς ὀπαῖς τῆς γῆς.
39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
Καὶ οὗτοι πάντες μαρτυρηθέντες διὰ τῆς πίστεως οὐκ ἐκομίσαντο τὴν ἐπαγγελίαν,
40 ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।
τοῦ Θεοῦ περὶ ἡμῶν κρεῖττόν τι προβλεψαμένου, ἵνα μὴ χωρὶς ἡμῶν τελειωθῶσι.

< ଏବ୍ରୀ 11 >