< ଏବ୍ରୀ 13 >

1 ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।
Ἡ φιλαδελφία μενέτω, τῆς φιλοξενίας μὴ ἐπιλανθάνεσθε·
2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
διὰ ταύτης γὰρ ἔλαθόν τινες ξενίσαντες ἀγγέλους.
3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
μιμνήσκεσθε τῶν δεσμίων ὡς συνδεδεμένοι, τῶν κακουχουμένων ὡς καὶ αὐτοὶ ὄντες ἐν σώματι.
4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
Τίμιος ὁ γάμος ἐν πᾶσι καὶ ἡ κοίτη ἀμίαντος· πόρνους δὲ καὶ μοιχοὺς κρινεῖ ὁ Θεός.
5 ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
Ἀφιλάργυρος ὁ τρόπος, ἀρκούμενοι τοῖς παροῦσιν· αὐτὸς γὰρ εἴρηκεν· οὐ μή σε ἀνῶ οὐδ᾽ οὐ μή σε ἐγκαταλίπω·
6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
ὥστε θαρροῦντας ἡμᾶς λέγειν· Κύριος ἐμοὶ βοηθός, καὶ οὐ φοβηθήσομαι· τί ποιήσει μοι ἄνθρωπος;
7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
Μνημονεύετε τῶν ἡγουμένων ὑμῶν, οἵτινες ἐλάλησαν ὑμῖν τὸν λόγον τοῦ Θεοῦ, ὧν ἀναθεωροῦντες τὴν ἔκβασιν τῆς ἀναστροφῆς μιμεῖσθε τὴν πίστιν.
8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। (aiōn g165)
Ἰησοῦς Χριστὸς χθὲς καὶ σήμερον ὁ αὐτὸς καὶ εἰς τοὺς αἰῶνας. (aiōn g165)
9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
διδαχαῖς ποικίλαις καὶ ξέναις μὴ παραφέρεσθε· καλὸν γὰρ χάριτι βεβαιοῦσθαι τὴν καρδίαν, οὐ βρώμασιν, ἐν οἷς οὐκ ὠφελήθησαν οἱ περιπατήσαντες.
10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
ἔχομεν θυσιαστήριον ἐξ οὗ φαγεῖν οὐκ ἔχουσιν ἐξουσίαν οἱ τῇ σκηνῇ λατρεύοντες·
11 କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
ὧν γὰρ εἰσφέρεται ζῴων τὸ αἷμα περὶ ἁμαρτίας εἰς τὰ Ἅγια διὰ τοῦ ἀρχιερέως, τούτων τὰ σώματα κατακαίεται ἔξω τῆς παρεμβολῆς·
12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
διὸ καὶ Ἰησοῦς, ἵνα ἁγιάσῃ διὰ τοῦ ἰδίου αἵματος τὸν λαόν, ἔξω τῆς πύλης ἔπαθε.
13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
τοίνυν ἐξερχώμεθα πρὸς αὐτὸν ἔξω τῆς παρεμβολῆς τὸν ὀνειδισμὸν αὐτοῦ φέροντες·
14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।
οὐ γὰρ ἔχομεν ὧδε μένουσαν πόλιν, ἀλλὰ τὴν μέλλουσαν ἐπιζητοῦμεν.
15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
δι᾽ αὐτοῦ οὖν ἀναφέρωμεν θυσίαν αἰνέσεως διὰ παντὸς τῷ Θεῷ, τοῦτ᾽ ἔστι καρπὸν χειλέων ὁμολογούντων τῷ ὀνόματι αὐτοῦ.
16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
τῆς δὲ εὐποιΐας καὶ κοινωνίας μὴ ἐπιλανθάνεσθε· τοιαύταις γὰρ θυσίαις εὐαρεστεῖται ὁ Θεός.
17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
Πείθεσθε τοῖς ἡγουμένοις ὑμῶν καὶ ὑπείκετε· αὐτοὶ γὰρ ἀγρυπνοῦσιν ὑπὲρ τῶν ψυχῶν ὑμῶν ὡς λόγον ἀποδώσοντες· ἵνα μετὰ χαρᾶς τοῦτο ποιῶσι καὶ μὴ στενάζοντες· ἀλυσιτελὲς γὰρ ὑμῖν τοῦτο.
18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
Προσεύχεσθε περὶ ἡμῶν· πεποίθαμεν γὰρ ὅτι καλὴν συνείδησιν ἔχομεν, ἐν πᾶσι καλῶς θέλοντες ἀναστρέφεσθαι.
19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
περισσοτέρως δὲ παρακαλῶ τοῦτο ποιῆσαι, ἵνα τάχιον ἀποκατασταθῶ ὑμῖν.
20 ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; (aiōnios g166)
Ὁ δὲ Θεὸς τῆς εἰρήνης, ὁ ἀναγαγὼν ἐκ νεκρῶν τὸν ποιμένα τῶν προβάτων τὸν μέγαν ἐν αἵματι διαθήκης αἰωνίου, τὸν Κύριον ἡμῶν Ἰησοῦν, (aiōnios g166)
21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍। (aiōn g165)
καταρτίσαι ὑμᾶς ἐν παντὶ ἔργῳ ἀγαθῷ εἰς τὸ ποιῆσαι τὸ θέλημα αὐτοῦ, ποιῶν ἐν ὑμῖν τὸ εὐάρεστον ἐνώπιον αὐτοῦ διὰ Ἰησοῦ Χριστοῦ, ᾧ ἡ δόξα εἰς τοὺς αἰῶνας τῶν αἰώνων· ἀμήν. (aiōn g165)
22 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
Παρακαλῶ δὲ ὑμᾶς, ἀδελφοί, ἀνέχεσθε τοῦ λόγου τῆς παρακλήσεως· καὶ γὰρ διὰ βραχέων ἐπέστειλα ὑμῖν.
23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
Γινώσκετε τὸν ἀδελφὸν Τιμόθεον ἀπολελυμένον, μεθ᾽ οὗ, ἐὰν τάχιον ἔρχηται, ὄψομαι ὑμᾶς.
24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Ἀσπάσασθε πάντας τοὺς ἡγουμένους ὑμῶν καὶ πάντας τοὺς ἁγίους. Ἀσπάζονται ὑμᾶς οἱ ἀπὸ τῆς Ἰταλίας.
25 ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
Ἡ χάρις μετὰ πάντων ὑμῶν· ἀμήν.

< ଏବ୍ରୀ 13 >