< ଏବ୍ରୀ 13 >
1 ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।
η φιλαδελφια μενετω
2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
της φιλοξενιας μη επιλανθανεσθε δια ταυτης γαρ ελαθον τινες ξενισαντες αγγελους
3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
μιμνησκεσθε των δεσμιων ως συνδεδεμενοι των κακουχουμενων ως και αυτοι οντες εν σωματι
4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
τιμιος ο γαμος εν πασιν και η κοιτη αμιαντος πορνους δε και μοιχους κρινει ο θεος
5 ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
αφιλαργυρος ο τροπος αρκουμενοι τοις παρουσιν αυτος γαρ ειρηκεν ου μη σε ανω ουδ ου μη σε εγκαταλιπω
6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
ωστε θαρρουντας ημας λεγειν κυριος εμοι βοηθος και ου φοβηθησομαι τι ποιησει μοι ανθρωπος
7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
μνημονευετε των ηγουμενων υμων οιτινες ελαλησαν υμιν τον λογον του θεου ων αναθεωρουντες την εκβασιν της αναστροφης μιμεισθε την πιστιν
8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। (aiōn )
ιησους χριστος χθες και σημερον ο αυτος και εις τους αιωνας (aiōn )
9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
διδαχαις ποικιλαις και ξεναις μη περιφερεσθε καλον γαρ χαριτι βεβαιουσθαι την καρδιαν ου βρωμασιν εν οις ουκ ωφεληθησαν οι περιπατησαντες
10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
εχομεν θυσιαστηριον εξ ου φαγειν ουκ εχουσιν εξουσιαν οι τη σκηνη λατρευοντες
11 କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
ων γαρ εισφερεται ζωων το αιμα περι αμαρτιας εις τα αγια δια του αρχιερεως τουτων τα σωματα κατακαιεται εξω της παρεμβολης
12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
διο και ιησους ινα αγιαση δια του ιδιου αιματος τον λαον εξω της πυλης επαθεν
13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
τοινυν εξερχωμεθα προς αυτον εξω της παρεμβολης τον ονειδισμον αυτου φεροντες
14 କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।
ου γαρ εχομεν ωδε μενουσαν πολιν αλλα την μελλουσαν επιζητουμεν
15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
δι αυτου ουν αναφερωμεν θυσιαν αινεσεως διαπαντος τω θεω τουτεστιν καρπον χειλεων ομολογουντων τω ονοματι αυτου
16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
της δε ευποιιας και κοινωνιας μη επιλανθανεσθε τοιαυταις γαρ θυσιαις ευαρεστειται ο θεος
17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
πειθεσθε τοις ηγουμενοις υμων και υπεικετε αυτοι γαρ αγρυπνουσιν υπερ των ψυχων υμων ως λογον αποδωσοντες ινα μετα χαρας τουτο ποιωσιν και μη στεναζοντες αλυσιτελες γαρ υμιν τουτο
18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
προσευχεσθε περι ημων πεποιθαμεν γαρ οτι καλην συνειδησιν εχομεν εν πασιν καλως θελοντες αναστρεφεσθαι
19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
περισσοτερως δε παρακαλω τουτο ποιησαι ινα ταχιον αποκατασταθω υμιν
20 ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; (aiōnios )
ο δε θεος της ειρηνης ο αναγαγων εκ νεκρων τον ποιμενα των προβατων τον μεγαν εν αιματι διαθηκης αιωνιου τον κυριον ημων ιησουν (aiōnios )
21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍। (aiōn )
καταρτισαι υμας εν παντι εργω αγαθω εις το ποιησαι το θελημα αυτου ποιων εν υμιν το ευαρεστον ενωπιον αυτου δια ιησου χριστου ω η δοξα εις τους αιωνας των αιωνων αμην (aiōn )
22 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
παρακαλω δε υμας αδελφοι ανεχεσθε του λογου της παρακλησεως και γαρ δια βραχεων επεστειλα υμιν
23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
γινωσκετε τον αδελφον τιμοθεον απολελυμενον μεθ ου εαν ταχιον ερχηται οψομαι υμας
24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
ασπασασθε παντας τους ηγουμενους υμων και παντας τους αγιους ασπαζονται υμας οι απο της ιταλιας
25 ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
η χαρις μετα παντων υμων αμην