< ଏବ୍ରୀ 3 >
1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
Therefore, holy brethren, partakers of the heavenly calling, consider Jesus, the Apostle and High Priest of our profession;
2 ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ।
being faithful to him who appointed him, as indeed Moses in all his house.
3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି।
For he is esteemed worthy of more honor than Moses, inasmuch as the One having built it, has more honor than the house.
4 ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର।
For every house is built by some one; and the one having built all things is God.
5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।
And Moses was indeed faithful in all his house as a servant, unto the testimony of those things which shall be spoken;
6 କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
but Christ was as a son, over his own house; whose house we are, if we hold fast the boldness and rejoicing of hope firm unto the end.
7 ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ
Therefore as the Holy Spirit says, This day if you hear his voice,
8 ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,”
harden not your hearts, as in the provocation, in the day of temptation in the wilderness,
9 “ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।”
whom our fathers tempted in proving me, and saw my works forty years.
10 “ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି।
Therefore I was provoked with this generation, and I said, They do always err in their heart: and they have not known my way,
11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
as I swore in my wrath, They shall not enter into my rest.
12 ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।
See, brethren, lest at some time there shall be in some one of you an evil heart of unbelief, in turning away from the living God:
13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
but exhort one another each day, while it is called to-day; in order that no one of you may be hardened with the deceitfulness of sin:
14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।
for we have been made partakers of Christ, if indeed we may hold fast the beginning of confidence firm unto the end.
15 ଯେପରି ଶାସ୍ତ୍ରରେ ଉକ୍ତ ଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।”
In that it is said, This day if you hear his voice, harden not your hearts, as in the provocation:
16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?
for who were those, having heard, who were hardened? yea, were they not all those having come out of Egypt under Moses?
17 ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?
And with whom was he provoked forty years? was it not with those that sinned, whose carcases fell in the wilderness?
18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?
And to whom did he swear that they should not enter into his rest, but to those who believed not?
19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।
And we see that they were not able to enter in on account of their unbelief.