< ଏବ୍ରୀ 4 >

1 ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
Kwa hiyo, tunapaswa kuwa makini ili kwamba kati yenu asiwepo hata mmoja atakayeonekana kushindwa kufikia ahadi endelevu ya kuingia katika pumzika la Mungu.
2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
Kwani tumekuwa na habari njema kuhusu pumziko la Mungu lililotangazwa kwetu kama Waisrael walivyokuwa nayo, lakini ujumbe huo haukuwasaidia wale ambao waliusikia bila kuunganisha imani kwa hilo.
3 ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, “ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ‘ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।’” କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
Kwa sisi, ambao tumekwisha amini-sisi ndio miongoni tutakaoingia katika lile pumuziko, Kama inavyosema, “Kama nilivyoapa kwa hasira yangu, Hawataingia katika pumziko mwangu.” Alisema hili, ingawa kazi zote alizotengeneza zilikuwa zimekamilika tangu mwanzo wa ulimwengu.
4 କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;”
Kwani ameshasema sehemu fulani kuhusu siku ya saba, “Mungu alipumzika siku ya saba katika yote aliyoyafanya.”
5 ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
Tena ameshasema, “Hawataingia kwenye pumziko langu.”
6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
Kwa sababu hiyo, tangu pumziko la Mungu bado ni akiba kwa ajili ya baadhi kuingia, na tangu Waisraeli wengi ambao walisikia habari njema kuhusu pumziko lake hawakuingia kwa sababu ya kutotii,
7 ଆଉ ଗୋଟିଏ ଦିନ, ଅର୍ଥାତ୍‍, ଆଜି ଦିନ ନିରୂପଣ କରି ଏତେ କାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।”
Mungu aliweka tena siku fulani, iitwayo “Leo.” Yeye aliiongeza siku hii alipozungumza kupitia Daudi, ambaye alisema kwa muda mrefu baada ya yaliyosemwa kwanza, “Leo kama mtasikia sauti yake, msifanye mioyo yenu kuwa migumu.”
8 କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।
Kwani kama Yoshua aliwapatia pumziko, Mungu asingelisema juu ya siku nyingine.
9 ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।
Kwa hiyo bado kuna Sabato ya pumziko iliyotunzwa kwa ajili ya watu wa Mungu.
10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।
Kwani anayeingia katika pumziko la Mungu yeye mwenyewe pia amepumzika kutokana na matendo yake, kama Mungu alivyofanya katika yeye.
11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
Kwa hiyo tuweni na shauku ya kuingia katika lile pumziko, ili kwamba asiwepo atakayeanguka katika aina ya uasi waliofanya.
12 କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Kwa maana neno la Mungu li hai na lina nguvu na linaukali kuliko upanga wowote wenye makali kuwili. Na huchoma hata kufikia kugawanya nafsi na roho, na viungo kutika uboho. Na lenye kuweza kufahamu fikira za moyo nia yake.
13 ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
. Hakuna kilichoumbwa kilichojificha katika uso wa Mungu. Badala yake, kila kitu ni dhahiri na wazi kwa macho ya mmoja ambaye ni lazima tutoe hesabu.
14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
Baadaye kuwa na kuhani mkuu aliyeingia katika mbingu, Yesu Mwana wa Mungu, kwa uimara tushikilie imani zetu.
15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
Kwa kuwa hatuna kuhani mkuu ambaye hawezi kuhisi huruma kwa ajili udhaifu wetu, lakini yeye ambaye kwa njia zote amekuwa akijaribiwa kama sisi, isipokuwa yeye ambaye hana dhambi.
16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Na tuje kwa ujasiri katika kiti cha enzi cha neema, ili kwamba tupokee rehema na kupata neema ya kutusaidia wakati wa hitaji.

< ଏବ୍ରୀ 4 >