< ଏବ୍ରୀ 5 >
1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।
Ĉar ĉiu ĉefpastro, prenata el inter homoj, pro homoj estas difinita por aferoj rilatantaj al Dio, por ke li oferu kaj donacojn kaj oferojn pro pekoj;
2 ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;
povante indulgi tiujn, kiuj estas malkleraj kaj erarantaj, tial, ke li mem estas ĉirkaŭata de malforteco;
3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।
kaj pro tio li devas, kiel por la popolo, tiel ankaŭ por si mem, oferi pro pekoj.
4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।
Kaj neniu alprenas al si tiun honoron krom la vokato de Dio, tiel same, kiel Aaron.
5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”
Tiel ankaŭ Kristo sin mem ne honoris, por fariĝi ĉefpastro, sed lin honoris Tiu, kiu diris al li: Vi estas Mia Filo, Hodiaŭ Mi vin naskis;
6 ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” (aiōn )
kiel ankaŭ aliloke Li diris: Vi estas pastro por ĉiam, Laŭ la maniero de Melkicedek. (aiōn )
7 ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
En siaj karnaj tagoj, preĝojn kaj petegojn oferinte, kun forta kriado kaj larmoj, al Tiu, kiu povis lin savi el morto, kaj aŭdite pro sia pia timo,
8 ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ,
tiu, kvankam li estis Filo, tamen lernis obeon per tio, kion li suferis;
9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ; (aiōnios )
kaj perfektigite, li fariĝis la fonto de eterna savo al ĉiuj al li obeantaj; (aiōnios )
10 ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।
nomite de Dio ĉefpastro laŭ la maniero de Melkicedek.
11 ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।
Pri tiu ni havas dirotaĵojn multajn, kaj malfacile klarigeblajn tial, ke vi surdiĝis en aŭdado.
12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।
Ĉar kvankam vi jam devus esti instruistoj, vi ankoraŭ bezonas, ke oni instruu al vi, kiaj estas la komencaj elementoj de la orakoloj de Dio, kaj vi fariĝis bezonantoj de lakto kaj ne de solida nutraĵo.
13 ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର।
Ĉar ĉiu, kiu nutriĝas per lakto, estas nesperta rilate la vorton de justeco; ĉar li estas infaneto.
14 କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।
Sed solida nutraĵo estas por la plenaĝuloj, kiuj per uzado havas la sentojn ekzercitaj, por distingi inter bono kaj malbono.