< ଏବ୍ରୀ 5 >

1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।
πας γαρ αρχιερευς εξ ανθρωπων λαμβανομενος υπερ ανθρωπων καθισταται τα προς τον θεον ινα προσφερη δωρα τε και θυσιας υπερ αμαρτιων
2 ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;
μετριοπαθειν δυναμενος τοις αγνοουσιν και πλανωμενοις επει και αυτος περικειται ασθενειαν
3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।
και δια ταυτην οφειλει καθως περι του λαου ουτως και περι εαυτου προσφερειν υπερ αμαρτιων
4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।
και ουχ εαυτω τις λαμβανει την τιμην αλλα ο καλουμενος υπο του θεου καθαπερ και ο ααρων
5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”
ουτως και ο χριστος ουχ εαυτον εδοξασεν γενηθηναι αρχιερεα αλλ ο λαλησας προς αυτον υιος μου ει συ εγω σημερον γεγεννηκα σε
6 ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” (aiōn g165)
καθως και εν ετερω λεγει συ ιερευς εις τον αιωνα κατα την ταξιν μελχισεδεκ (aiōn g165)
7 ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
ος εν ταις ημεραις της σαρκος αυτου δεησεις τε και ικετηριας προς τον δυναμενον σωζειν αυτον εκ θανατου μετα κραυγης ισχυρας και δακρυων προσενεγκας και εισακουσθεις απο της ευλαβειας
8 ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ,
καιπερ ων υιος εμαθεν αφ ων επαθεν την υπακοην
9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ; (aiōnios g166)
και τελειωθεις εγενετο τοις υπακουουσιν αυτω πασιν αιτιος σωτηριας αιωνιου (aiōnios g166)
10 ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।
προσαγορευθεις υπο του θεου αρχιερευς κατα την ταξιν μελχισεδεκ
11 ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।
περι ου πολυς ημιν ο λογος και δυσερμηνευτος λεγειν επει νωθροι γεγονατε ταις ακοαις
12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।
και γαρ οφειλοντες ειναι διδασκαλοι δια τον χρονον παλιν χρειαν εχετε του διδασκειν υμας τινα τα στοιχεια της αρχης των λογιων του θεου και γεγονατε χρειαν εχοντες γαλακτος και ου στερεας τροφης
13 ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର।
πας γαρ ο μετεχων γαλακτος απειρος λογου δικαιοσυνης νηπιος γαρ εστιν
14 କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।
τελειων δε εστιν η στερεα τροφη των δια την εξιν τα αισθητηρια γεγυμνασμενα εχοντων προς διακρισιν καλου τε και κακου

< ଏବ୍ରୀ 5 >