< ଏବ୍ରୀ 7 >
1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
For this Melchizedek, king of Salem, priest of God Most High, who met Abraham returning from the slaughter of the kings and blessed him,
2 ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା।
to whom also Abraham divided "a tenth part of everything" (being first, by interpretation, king of righteousness, and then also king of Salem, which is king of peace;
3 ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
without father, without mother, without genealogy, having neither beginning of days nor end of life, but made like the Son of God), remains a priest continually.
4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
Now consider how great this man was, to whom even Abraham, the patriarch, gave a tenth out of the most valuable plunder.
5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
They indeed of the sons of Levi who receive the priest's office have a commandment to take tithes of the people according to the Law, that is, of their brothers, though these have come out of the body of Abraham,
6 କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
but he whose genealogy is not counted from them has accepted tithes from Abraham, and has blessed him who has the promises.
7 ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।
But without any dispute the lesser is blessed by the greater.
8 ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।
Here people who die receive tithes, but there one receives tithes of whom it is testified that he lives.
9 ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
We can say that through Abraham even Levi, who receives tithes, has paid tithes,
10 କାରଣ ଅବ୍ରହାମଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
for he was yet in the body of his father when Melchizedek met him.
11 ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
Now if there was perfection through the Levitical priesthood (for under it the people have received the law), what further need was there for another priest to arise after the order of Melchizedek, and not be called after the order of Aaron?
12 କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
For the priesthood being changed, there is of necessity a change made also in the law.
13 ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।
For he of whom these things are said belongs to another tribe, from which no one has officiated at the altar.
14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
For it is evident that our Lord has sprung out of Judah, about which tribe Moses spoke nothing concerning priests.
15 ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
This is yet more abundantly evident, if after the likeness of Melchizedek there arises another priest,
16 ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
who has been made, not after the law of a fleshly commandment, but after the power of an endless life:
17 କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” (aiōn )
for it is testified, "You are a priest forever, according to the order of Melchizedek." (aiōn )
18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
For there is an annulling of a foregoing commandment because of its weakness and uselessness
19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।
(for the law made nothing perfect), and a bringing in of a better hope, through which we draw near to God.
20 ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
Inasmuch as he was not made priest without the taking of an oath,
21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’” (aiōn )
for they indeed have been made priests without an oath, but he with an oath by him that says of him, "The Lord swore and will not change his mind, 'You are a priest forever, according to the order of Melchizedek.'" (aiōn )
22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
Accordingly Jesus has become the guarantor of a better covenant.
23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
Many, indeed, have been made priests, because they are hindered from continuing by death.
24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। (aiōn )
But he, because he lives forever, has his priesthood unchangeable. (aiōn )
25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
Therefore he is also able to save completely those who draw near to God through him, seeing that he lives forever to make intercession for them.
26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
For such a high priest was indeed fitting for us: holy, guiltless, undefiled, separated from sinners, and made higher than the heavens;
27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
who does not need, like those high priests, to offer up sacrifices daily, first for his own sins, and then for those of the people. For he did this once for all, when he offered up himself.
28 ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। (aiōn )
For the Law appoints men as high priests who have weakness, but the word of the oath which came after the Law appoints a Son forever who has been perfected. (aiōn )