< ଏବ୍ରୀ 7 >

1 ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Now this Melchizedek was king of Salem and priest of God Most High. When Abraham was returning from the slaughter of the kings, Melchizedek met him and blessed him,
2 ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।
and Abraham gave him a tenth of all the spoils. His name means “king of righteousness,” but he is also “king of Salem,” which means, “king of peace.”
3 ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
He is without father, without mother, and without genealogy; there is no beginning to his days or end to his life. But resembling the Son of God, he remains a priest forever.
4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
Consider how great this man must be, that even Abraham the patriarch gave him a tenth of the spoils.
5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
Now the law commands the sons of Levi who receive the priestly office to collect tithes from the people, that is, their brothers, even though their brothers are also descended from Abraham.
6 କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
But Melchizedek, who was not among the descendants of Levi, received a tithe from Abraham. He also blessed Abraham, who had received the promises.
7 ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।
It is beyond all dispute that the inferior is blessed by the superior.
8 ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।
In the one case, tithes are received by mortal men, but in the other case, they are received by one who is attested to be living.
9 ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
One might even say that Levi himself, who receives tithes, paid tithes through Abraham.
10 କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
For Levi was still in the loins of his ancestor Abraham when Melchizedek met him.
11 ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
Now if perfection had been attainable through the Levitical priesthood (for under this priesthood the people received the law), what further need would there have been for another priest to arise according to the order of Melchizedek rather than the order of Aaron?
12 କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
For when the priesthood is changed, the law must also be changed.
13 ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।
Now he of whom these things are spoken belongs to a different tribe, from which no one has ever served at the altar.
14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
For it is clear that our Lord arose from Judah, and in connection with that tribe Moses said nothing about priesthood.
15 ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
Now this point becomes even more clear when there arises another priest like Melchizedek,
16 ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
one who has become a priest, not through a legal requirement concerning physical descent, but through the power of an endless life.
17 କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” (aiōn g165)
For God testifies, “Yoʋ are a priest forever according to the order of Melchizedek.” (aiōn g165)
18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
The former commandment is set aside because of its weakness and ineffectiveness
19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।
(for the law made nothing perfect), and a better hope is introduced, by which we draw near to God.
20 ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
And none of this happened without an oath. Aaron's descendants become priests without an oath,
21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’” (aiōn g165)
but Jesus was made a priest with an oath by the one who said to him, “The Lord has sworn and will not change his mind, ‘Yoʋ are a priest forever according to the order of Melchizedek.’” (aiōn g165)
22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
Accordingly, Jesus has become the guarantor of a better covenant.
23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
Now the former priests were many in number, because they were prevented by death from continuing in office;
24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। (aiōn g165)
but because Jesus continues forever, he has a permanent priesthood. (aiōn g165)
25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
Therefore he is able to save to the uttermost those who come to God through him, because he always lives to intercede for them.
26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
It was fitting for us to have such a high priest, one who is holy, innocent, undefiled, separated from sinners, and exalted above the heavens.
27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
He has no need, like the other high priests, to offer up daily sacrifices, first for his own sins, and then for the sins of the people. For he did this once for all when he offered up himself.
28 ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। (aiōn g165)
For the law appoints as high priests men who have weakness, but the word of the oath, which came after the law, appoints the Son, who has been made perfect forever. (aiōn g165)

< ଏବ୍ରୀ 7 >