< ଏବ୍ରୀ 8 >

1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
Ale suma tego, co się mówi, ta jest: Iż takiego mamy najwyższego kapłana, który usiadł na prawicy stolicy wielmożności na niebiesiech;
2 ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
Sługą będąc świątnicy, a prawdziwego onego przybytku, który Pan zbudował, a nie człowiek.
3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।
Albowiem każdy najwyższy kapłan ku ofiarowaniu darów i ofiar bywa postanowiony, skąd potrzeba było, aby i ten miał, co by ofiarował.
4 ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;
Bo gdyby był na ziemi, nie byłby kapłanem, póki by zostawali oni kapłani, którzy według zakonu dary ofiarują,
5 ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
Którzy służą kształtowi i cieniowi rzeczy niebieskich, jako Mojżeszowi od Boga powiedziane było, gdy miał dokończyć przybytku: Patrzajże, ( mówi), abyś uczynił wszystko według kształtu, który ci jest okazany na tej górze.
6 କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
Ale teraz nasz kapłan tem zacniejszego urzędu dostąpił, im jest pośrednikiem lepszego przymierza, które lepszemi obietnicami jest utwierdzone.
7 କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
Bo gdyby ono pierwsze było bez przygany, tedyćby wtóremu nie szukano miejsca.
8 ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;
Albowiem ganiąc Żydów, mówi: Oto dni idą, mówi Pan, gdy uczynię z domem Izraelskim i z domem Judzkim przymierze nowe.
9 ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।
Nie według przymierza, którem uczynił z ojcami ich w dzień, któregom ich ujął za rękę ich, abym ich wywiódł z ziemi Egipskiej; albowiem oni nie zostali w tem przymierzu mojem, a Jam ich zaniedbał, mówi Pan.
10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
Przetoż toć jest przymierze, które postanowię z domem Izraelskim po tych dniach, mówi Pan: Dam prawa moje w myśl ich i na sercach ich napiszę je, i będę Bogiem ich, a oni będą ludem moim.
11 ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।
I nie będzie uczył żaden bliźniego swego, i żaden brata swego, mówiąc: Poznaj Pana; albowiem wszyscy mię poznają, od najmniejszego z nich aż do największego z nich.
12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”
Bo miłościw będę nieprawościom ich, a grzechów ich i nieprawości ich nie wspomnę więcej.
13 ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
A gdy mówi: Nowe, pierwsze czyni wiotchem; a to, co wiotszeje i zestarzeje się, bliskie jest zniszczenia.

< ଏବ୍ରୀ 8 >