< ଏବ୍ରୀ 9 >
1 ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା।
Now, indeed, the first institution had both ordinances of service, and a worldly holy place.
2 କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି।
For the first tabernacle, which is called holy, was set in order; in which were both the candlestick and the table, and the showbread;
3 ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;
and behind the second vail, the tabernacle which is called most holy--
4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,
having the golden censer, and the ark of the institution, covered everywhere with gold, in which were the golden pot having the manna, and the rod of Aaron, which budded, and the tables of the institution;
5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।
and above it, the cherubim of glory, overshadowing the mercy-seat; concerning which things we can not at present speak particularly.
6 ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,
Now, these things being this set in order, the priests go at all times indeed into the first tabernacle, performing the services;
7 କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
but into the second tabernacle--the high priest alone--once every year, not without blood, which he offers for himself, and for the errors of the people.
8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।
The Holy Spirit signifying this, that the way of the holy places was not yet laid open, while the first tabernacle was yet standing;
9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରିପାରେ ନାହିଁ;
which was a figurative representation for the time being, during which both gifts and sacrifices are offered which can not, with respect to the conscience, make him who does the service perfect--
10 ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।
only with meats and drinks, and divers immersions-- ordinances concerning the flesh, imposed till the time of reformation.
11 କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
But Christ being come--a High Priest of the good things to come--has, through a greater and more perfect tabernacle, not made with hands, (that is to say, not of this building, )
12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି। (aiōnios )
entered once into the holy places, having obtained eternal redemption; not indeed, by the blood of goats and calves, but by his own blood. (aiōnios )
13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,
For if the blood of bulls and goats, and the ashes of a heifer sprinkling the polluted, sanctified to the cleansing of the flesh,
14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ! (aiōnios )
how much more shall the blood of Christ, who, through an Eternal Spirit, offered himself without fault, to God, cleanse your conscience from dead works to serve the living God? (aiōnios )
15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି। (aiōnios )
And, for this reason, he is mediator of the new institution, that, by means of death, for the redemption of the transgressions under the first institution, those who had been called might receive the promise of the eternal inheritance. (aiōnios )
16 କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।
Now, where there is such an institution, the death of the instituted sacrifice must necessarily intervene:
17 ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ।
for since the institution is ratified over the dead, it has no force while the instituted sacrifice lives.
18 ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।
Hence, neither was the first introduced without blood;
19 କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,
for "when Moses had spoken every precept in the law to all the people, taking the blood of calves, and of goats, with water and scarlet wool, and hyssop, he sprinkled both the book itself, and the people:"
20 ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।
saying, "This is the blood of the institution, which God has enjoined on you."
21 ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।
Moreover, he in like manner sprinkled with blood both the tabernacle, and all the vessels of the ministry.
22 ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।
And almost all thing, according to the law, were cleansed with blood; and without the shedding of blood, there is no remission.
23 ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।
It was necessary, then, indeed, that the representations of the things in the heavens should be purified with these; but the heavenly things themselves, with better sacrifices than these.
24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।
Therefore, Christ has not entered into the holy places made with hands, the antitypes of the true, but into heaven itself, now to appear in the presence of God, on our account.
25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
Not, however, that he should offer himself often, as the high priest enters into the holy places every year with other blood;
26 ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି। (aiōn )
for then he must have often sufferance since the foundation of the world: but now, once, at the conclusion of the ages, he has been manifested to put away sin by the sacrifice of himself. (aiōn )
27 ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,
And, forasmuch as it is appointed to men once to die, and after that, the judgment;
28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
even so Christ, being once offered, to bear away the sins of many, will, to them who look for him, appear a second time, without a sin-offering, in order to salvation.