< ହୋଶେୟ 1 >

1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।
The word of YHWH that came to Hosea the son of Beeri, in the days of Uzziah, Jotham, Ahaz, and Hezekiah, kings of Judah, and in the days of Jeroboam the son of Joash, king of Israel.
2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
When YHWH spoke at the first by Hosea, YHWH said to Hosea, "Go, take for yourself a wife of prostitution and children of unfaithfulness; for the land commits great adultery, forsaking YHWH."
3 ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।
So he went and took Gomer the daughter of Diblaim; and she conceived, and bore him a son.
4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
YHWH said to him, "Call his name 'Jezreel,' for yet a little while, and I will avenge the blood of Jezreel on the house of Jehu, and will cause the kingdom of the house of Israel to cease.
5 ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।”
It will happen in that day that I will break the bow of Israel in the Valley of Jezreel."
6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
She conceived again, and bore a daughter. Then he said to him, "Call her name 'No Compassion,' for I will no longer have compassion on the house of Israel, that I should in any way pardon them.
7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
But I will have mercy on the house of Judah, and will save them by YHWH their God, and will not save them by bow, or by sword, or by battle, or by chariots, or by horses, or by horsemen."
8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।
Now when she had weaned No Compassion, she conceived, and bore a son.
9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
He said, "Call his name 'Not My People,' for you are 'Not my People' and I am 'Not your I AM.'
10 ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Yet the number of the children of Israel will be as the sand of the sea, which can't be measured nor numbered; and it will come to pass that, in the place where it was said to them, "You are 'Not My People,'" they will be called "Children of the Living God."
11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
The people of Judah and the children of Israel will be gathered together, and they will appoint themselves one head, and will go up from the land; for great will be the day of Jezreel.

< ହୋଶେୟ 1 >