< ହୋଶେୟ 10 >

1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।
Israeli anali mpesa wotambalala; anabereka zipatso zambiri. Pamene zipatso zawo zinanka zichuluka, anawonjezera kumanga maguwa ansembe. Pamene dziko lake linkatukuka, anakongoletsa miyala yake yopatulika.
2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
Mtima wawo ndi wonyenga ndipo tsopano ayenera kulangidwa chifukwa cha kulakwa kwawo. Yehova adzagumula maguwa awo ansembe ndi kuwononga miyala yawo yopatulika.
3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”
Pamenepo anthuwo adzanena kuti, “Ife tilibe mfumu chifukwa sitinaope Yehova. Koma ngakhale tikanakhala ndi mfumu, kodi mfumuyo ikanatichitira chiyani?”
4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Mafumu amalonjeza zambiri, amalumbira zabodza pochita mapangano. Kotero maweruzo amaphuka ngati zitsamba zakupha mʼmunda umene walimidwa.
5 ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Anthu amene amakhala mu Samariya akuchita mantha chifukwa cha fano la mwana wangʼombe ku Beti-Aveni. Anthu ake adzalirira fanolo, chimodzimodzinso ansembe ake adamawo, amene anakondwera ndi kukongola kwake, chifukwa lachotsedwa pakati pawo ndi kupita ku ukapolo.
6 ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।
Fanolo lidzatengedwa kupita ku Asiriya ngati mphatso kwa mfumu yayikulu. Efereimu adzachititsidwa manyazi chifukwa cha mafano ake amitengo.
7 ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।
Samariya ndi mfumu yake adzatengedwa kupita kutali ngati kanthambi koyenda pa madzi.
8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।
Malo opembedzerako mafano a ku Aveni adzawonongedwa. Ili ndiye tchimo la Israeli. Minga ndi mitungwi zidzamera ndi kuphimba maguwa awo ansembe. Kenaka anthu adzawuza mapiri kuti, “Tiphimbeni!” ndipo adzawuza zitunda kuti, “Tigwereni!”
9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
“Iwe Israeli, wachimwa kuyambira mʼmasiku a Gibeya, ndipo wakhala uli pomwepo. Kodi nkhondo sinagonjetse anthu ochita zoyipa ku Gibeya?
10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।
Pamene ndifunire, ndidzalanga anthuwo; mitundu ya anthu idzasonkhanitsidwa kudzalimbana nawo, kuwayika mʼndende chifukwa cha uchimo wawo waukulu.
11 ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।
Efereimu ndi mwana wangʼombe wamkazi wophunzitsidwa amene amakonda kupuntha tirigu, choncho Ine ndidzayika goli mʼkhosi lake lokongolalo. Ndidzasenzetsa Efereimu goli, Yuda ayenera kulima, ndipo Yakobo ayenera kutipula.
12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
Mufese nokha chilungamo ndipo mudzakolola chipatso cha chikondi changa chosasinthika. Ndipo tipulani munda wanu wosalimidwawo; pakuti ino ndi nthawi yofunafuna Yehova, mpaka Iye atabwera kudzakugwetserani mivumbi ya chilungamo.
13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।
Koma inu munadzala zolakwa, mwakolola zoyipa; mwadya chipatso cha chinyengo. Chifukwa mumadalira mphamvu zanu ndiponso ankhondo anu ochulukawo,
14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।
phokoso lankhondo lidzamveka pakati pa anthu anga kotero kuti malinga anu onse adzawonongeka, monga momwe Salimani anawonongera Beti-Aribeli pa nthawi ya nkhondo; pamene anapha amayi pamodzi ndi ana awo omwe.
15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।
Momwemonso zidzakuchitikira, iwe Beteli chifukwa kuyipa kwako ndi kwakukulu. Tsiku limeneli likadzafika, mfumu ya Israeli idzawonongedwa kwathunthu.

< ହୋଶେୟ 10 >