< ହୋଶେୟ 10 >

1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।
Israël est une vigne florissante, qui porte beaucoup de fruits. Plus ses fruits sont abondants, plus il multiplie les autels; plus sa terre est belle, plus il embellit ses statues.
2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
Leur cœur est partagé: ils vont être déclarés coupables. Il abattra leurs autels; il détruira leurs statues.
3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”
Car bientôt ils diront: Nous n'avons point de roi, car nous n'avons pas craint l'Éternel; et que nous ferait un roi
4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Ils prononcent des paroles, et jurent faussement, lorsqu'ils concluent des alliances; aussi le jugement germera, comme la ciguë sur les sillons des champs.
5 ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Les habitants de Samarie sont épouvantés à cause des veaux de Beth-Aven; car le peuple mènera deuil sur son idole, et ses prêtres tremblent pour sa gloire, qui va disparaître du milieu d'eux.
6 ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।
Elle sera même transportée en Assyrie, et on en fera présent au roi Jareb. Éphraïm recevra de la honte, et Israël sera confus de ses desseins.
7 ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।
Le roi de Samarie disparaît, comme l'écume à la surface des eaux.
8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।
Et les hauts lieux d'Aven, le péché d'Israël, seront détruits; l'épine et le chardon croîtront sur leurs autels; et ils diront aux montagnes: Couvrez-nous! et aux coteaux: Tombez sur nous!
9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
Dès les jours de Guibea tu as péché, Israël! Ils se sont tenus là; la guerre contre les impies ne les atteignit point à Guibea.
10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।
Je les châtierai à mon gré, et les peuples s'assembleront contre eux, lorsqu'ils seront liés à leur double iniquité.
11 ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।
Éphraïm est une génisse dressée, et qui aime à fouler le grain; mais je m'approcherai de son cou superbe: j'attellerai Éphraïm, Juda labourera, Jacob traînera la herse.
12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
Semez pour la justice; moissonnez par la miséricorde; défrichez-vous des terres nouvelles! Car il est temps de rechercher l'Éternel, jusqu'à ce qu'il vienne et fasse pleuvoir la justice sur vous.
13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।
Vous avez labouré la méchanceté, moissonné l'iniquité, mangé le fruit du mensonge; car tu t'es confié en ta voie, dans la multitude de tes hommes vaillants.
14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।
C'est pourquoi un tumulte s'élèvera parmi ton peuple, et on détruira toutes tes forteresses, comme Shalman a détruit Beth-Arbel au jour de la bataille où la mère fut écrasée avec les enfants.
15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।
Béthel vous fera de même, à cause de votre extrême méchanceté. Au point du jour c'en sera fait entièrement du roi d'Israël!

< ହୋଶେୟ 10 >