< ହୋଶେୟ 11 >

1 ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
«کە ئیسرائیل منداڵ بوو، خۆشم ویست و من کوڕی خۆمم لە میسر بانگ کرد.
2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
بەڵام هەرچەندەی بانگم دەکردن، ئەوەندە منیان لە خۆیان دوورخستەوە، قوربانییان بۆ بەعلەکان سەردەبڕی و بخووریان بۆ وێنەی خوداوەندەکان دەسووتاند.
3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
من بووم ئەفرایمم فێری ڕۆیشتن کرد، دەستم بە باڵیانەوە گرت، بەڵام نەیانزانی من چاکم کردنەوە.
4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
بە گوریسی نەرمونیانی مرۆڤانە ڕایاندەکێشم، بە بەستنی خۆشەویستی، من بۆیان بووم بەوەی کە نیر لەسەر ملیان هەڵدەگرێت، چەمامەوە بۆ ئەوەی نانیان بدەمێ.
5 ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
«ئایا ناگەڕێنەوە بۆ خاکی میسر و ئاشور نابێتە پاشایان، چونکە ڕەتیان کردەوە بگەڕێنەوە لام؟
6 ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
شمشێر دەکەوێتە شارەکانیان و شەوبەندی دەروازەکانیان تێکدەشکێنێت، کۆتایی بە تەگبیرەکانیان دەهێنێت.
7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
گەلەکەم مکوڕن لەسەر هەڵگەڕانەوە لە من. تەنانەت ئەگەر هاوار بۆ خودای هەرەبەرزەکەش بکەن، ئەو پایەبەرزیان ناکات.
8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
«ئەی ئەفرایم، چۆن وازت لێ بهێنم؟ ئەی ئیسرائیل، چۆن بە دەستتەوە بدەم؟ چۆن وەک ئەدما هەڵسوکەوتت لەگەڵدا بکەم؟ چۆن وەک چەبۆئیمت لێبکەم؟ دڵم لێم هەڵگەڕاوەتەوە و هەموو میهرەبانیم گڕی گرتووە.
9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
گڕی تووڕەییم ناخەمەگەڕ و ناگەڕێمەوە ئەفرایم وێران بکەم، چونکە من خودام نەک مرۆڤ، من خودا پیرۆزەکەم، لەناوەڕاستی ئێوەدام، بە قینەوە نایەم.
10 ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
لەدوای یەزدانەوە دەڕۆن، وەک شێرێک دەنەڕێنێت. کاتێک دەنەڕێنێت، منداڵەکان لە ڕۆژئاواوە بە لەرزەوە دێن.
11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
وەک چۆلەکە لە میسرەوە بە لەرزەوە دێن، وەک کۆتر لە خاکی ئاشورەوە. ئینجا لە ماڵەکانیاندا نیشتەجێیان دەکەم.» ئەوە فەرمایشتی یەزدانە.
12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
ئەفرایم بە درۆ دەوری لێدام و بنەماڵەی ئیسرائیلیش بە فێڵەوە، یەهوداش هێشتا سەرسەختە بەرامبەر بە خودا، لە پیرۆزە دڵسۆزەکە.

< ହୋଶେୟ 11 >