< ହୋଶେୟ 11 >
1 ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
“Wakati Israeli alikuwa kijana nilimpenda, na nikamwita mtoto wangu kutoka Misri.
2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Kwa kadiri waliyoitwa, ndivyo walivyoondoka kwangu. Wakawafanyia dhabihu Baali, wakatafuta uvumba kwa sanamu.
3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
Lakini mimi ndio niliyemfundisha Efraimu kutembea. Ndiye niliyewainua kwa silaha zao, lakini hawakujua kwamba niliwajali.
4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
Niliwaongoza kwa kamba za ubinadamu, na mafungo ya upendo. Mimi nilikuwa kama mtu aliyepunguza jozi juu ya taya zao, na nikainama na kuwalisha.
5 ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
Je, hawatarudi nchi ya Misri? Je, Ashuru haitatawala juu yao kwa sababu wanakataa kurudi kwangu?
6 ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
Upanga utaanguka juu ya miji yao na kuharibu makomeo ya milango yao; itawaangamiza kwa sababu ya mipango yao wenyewe.
7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
Watu wangu wameamua kuniacha. Ingawa wanaita kwa Aliye Juu, hakuna mtu atawasaidia.
8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Ninawezaje kukuacha, Efraimu? Ninawezaje kukupeleka, Israeli? Ninawezaje kukufanya kama Adma? Ninawezaje kukufanya kama Seboimu? Moyo wangu umebadilika ndani yangu; huruma zangu zote zimeongezeka.
9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
Sitafanya hasira yangu kali; Mimi sitawaangamiza Efraimu tena. Kwa maana mimi ni Mungu, wala si mtu; Mimi ni Mtakatifu kati yenu, nami sitakuja katika ghadhabu.
10 ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
Watanifuata, Bwana. Nitanguruma kama simba. Nami nitaomboleza, na watu watakuja wakitetemeka kutoka magharibi.
11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Watakuja wakitetemeka kama ndege kutoka Misri, kama njiwa kutoka nchi ya Ashuru. Nitawafanya wapate kuishi katika nyumba zao.” Hii ndiyo tamko la Bwana.
12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
Efraimu ananizunguka kwa maneno ya uongo, na nyumba ya Israeli kwa udanganyifu. Lakini Yuda bado anaendelea nami, Mungu, na ni mwaminifu kwangu, Mtakatifu.