< ହୋଶେୟ 12 >
1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Ephraim feeds on wind, and follows after the east wind: he daily increases lies and desolation; and they do make a covenant with the Assyrians, and oil is carried into Egypt.
2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
The LORD has also a controversy with Judah, and will punish Jacob according to his ways; according to his doings will he recompense him.
3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
He took his brother by the heel in the womb, and by his strength he had power with God:
4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Yes, he had power over the angel, and prevailed: he wept, and made supplication to him: he found him in Bethel, and there he spoke with us;
5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
Even the LORD God of hosts; the LORD is his memorial.
6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
Therefore turn you to your God: keep mercy and judgment and wait on your God continually.
7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
He is a merchant, the balances of deceit are in his hand: he loves to oppress.
8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
And Ephraim said, Yet I am become rich, I have found me out substance: in all my labors they shall find none iniquity in me that were sin.
9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
And I that am the LORD your God from the land of Egypt will yet make you to dwell in tabernacles, as in the days of the solemn feast.
10 ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
I have also spoken by the prophets, and I have multiplied visions, and used similitudes, by the ministry of the prophets.
11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
Is there iniquity in Gilead? surely they are vanity: they sacrifice bullocks in Gilgal; yes, their altars are as heaps in the furrows of the fields.
12 ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
And Jacob fled into the country of Syria, and Israel served for a wife, and for a wife he kept sheep.
13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
And by a prophet the LORD brought Israel out of Egypt, and by a prophet was he preserved.
14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
Ephraim provoked him to anger most bitterly: therefore shall he leave his blood on him, and his reproach shall his LORD return to him.