< ହୋଶେୟ 12 >
1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Efraim yana kiwo a kan iska; yana fafarar iskar gabas dukan yini yana riɓaɓɓanya ƙarairayi da rikici. Ya yi yarjejjeniya da Assuriya ya kuma aika wa Masar man zaitun.
2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
Ubangiji yana da ƙarar da zai kawo a kan Yahuda; zai hukunta Yaƙub bisa ga hanyoyinsa zai sāka masa bisa ga ayyukansa.
3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
A cikin mahaifa ya cafke ɗiɗɗigen ɗan’uwansa; a matsayin mutum ya yi kokawa da Allah.
4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Ya yi kokawa da mala’ika ya kuma rinjaye shi; ya yi kuka ya kuma yi roƙo don tagomashi. Ya same shi a Betel ya kuma yi magana da shi a can,
5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
Ubangiji Allah Maɗaukaki, Ubangiji ne sunansa sananne!
6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
Amma dole ku koma ga Allahnku; ku ci gaba da ƙauna da yin gaskiya, ku kuma saurari Allahnku kullum.
7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Ɗan kasuwa yana amfani da mudu marar gaskiya; yana jin daɗin cuta.
8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
Efraim yana fariya yana cewa, “Ni mai arziki ne ƙwarai; na azurta. Da dukan wadatata ba za a sami wani laifi ko zunubi a gare ni ba.”
9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
“Ni ne Ubangiji Allahnku, wanda ya fitar da ku daga Masar; zan sa ku sāke zauna a tentuna, kamar a kwanakin ƙayyadaddun bukukkuwanku.
10 ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
Na yi magana da annabawa, na ba su wahayi da yawa na kuma ba da misalai ta wurinsu.”
11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
Gileyad mugu ne? Mutanensa mutanen banza ne! Suna miƙa bijimai a Gilgal? Bagadansu za su zama tsibin duwatsu. A gonar da aka nome.
12 ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
Yaƙub ya gudu zuwa ƙasar Aram; Isra’ila ya yi bauta don yă sami mata, domin kuma yă biya, sai da ya yi kiwon tumaki.
13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
Ubangiji ya yi amfani da annabi don yă fitar da Isra’ila daga Masar ta wurin annabi ya lura da shi.
14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
Amma Efraim ya yi muguwar tsokana da ta sa ya yi fushi; shugabansa zai ɗora musu hakkin jini a kansa kuma zai sāka masa saboda wulaƙancinsa.