< ହୋଶେୟ 12 >

1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Efraimu hujilisha upepo na kufuata upepo wa mashariki. Yeye daima huzidisha uongo na unyanyasaji. Wanafanya agano na Ashuru na huchukua mafuta ya Misri.
2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
Bwana pia ana mashtaka dhidi ya Yuda na ataadhibu Yakobo kwa yale aliyoyatenda; atamlipa kwa matendo yake.
3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
Katika tumbo Yakobo akamshika ndugu yake kisigino, na katika ubinadamu wake alijitahidi kwa Mungu.
4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Alishindana na malaika akashinda. Alilia na kuomba kwa neema yake. Alikutana na Mungu huko Betheli; huko Mungu aliongea naye.
5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
Huyu ndiye Bwana, Mungu wa majeshi; “Yahweh” ndilo jina lake.
6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
Basi tembea kwa Mungu wako. Shika uaminifu na uhuru wa agano, na umsubiri Mungu wako daima.
7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Wafanyabiashara wana mizani ya uongo mikononi mwao; wanapenda kudanganya.
8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
Efraimu akasema, “Kwa hakika mimi ni tajiri sana; Nimepata utajiri kwa nafsi yangu. Katika kazi yangu yote hawataona uovu wowote ndani yangu, chochote ambacho kitakuwa dhambi.”
9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
Mimi ndimi Bwana, Mungu wako, tangu ulipotoka nchi ya Misri. Nitakufanya uishi tena katika hema, kama siku za karamu iliyowekwa.
10 ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
Niliwaambia manabii, na nimewapa maono mengi kwa ajili yenu. Kwa mkono wa manabii nilitoa mifano.
11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
Ikiwa kuna uovu huko Gileadi, hakika watu hawafai. Gilgali wanachinja ng'ombe; madhabahu zao zitakuwa kama miundo ya jiwe katika miamba ya mashamba.
12 ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
Yakobo akakimbia mpaka nchi ya Aramu; Israeli alifanya kazi ili kupata mke; naye akachunga kundi la kondoo ili kupata mke.
13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
Bwana akawaleta Israeli kutoka Misri kwa kutumia nabii, naye akawatunza kwa nabii.
14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
Efraimu amemkasirisha sana Bwana. Basi Bwana wake ataachia damu yake, naye atamrudishia aibu yake.

< ହୋଶେୟ 12 >