< ହୋଶେୟ 12 >

1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Єфрем пасе вітра й женеться за вітром із схо́ду. Неправду й руїну розмно́жує він кожного дня, умову складають з Ашшу́ром, олива ж несе́ться в Єгипет.
2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
Та в Господа з Юдою пря, і Якова Він навісти́ть за путя́ми його́, за діла́ми його йому зве́рне.
3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
Він в утро́бі тримав за п'яту́ свого брата, а в силі своїй він боровся із Богом, —
4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
і боровся він з Анголом, — та й перемі́г. Плакав він, і блага́в він Його́, у Бет-Елі знайшов Він його́, і там з нами гово́рить.
5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
А Господь — Бог Савао́т, Його Йме́ння — Госпо́дь.
6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
А ти через Бога свого наве́рнешся, стережи милість та суд, і за́вжди надійся на Бога свого́!
7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Немов Ханаа́н, — у нього в руці неправдива вага́, любить він кривду чинити.
8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
І каже Єфрем: Справді я збагати́вся, знайшов я маєток собі! У всіх моїх чи́нах не зна́йдуть провини мені, що гріхом би була́.
9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
А Я — Госпо́дь, Бог твій від кра́ю єгипетського, — ще в наме́тах тебе посаджу́, немов за днів свята.
10 ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
І Я говорив до пророків, і виді́ння розмно́жив, і через пророків Я при́тчі казав.
11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
Хіба беззако́ння лиши́в Ґілеа́д, і марно́тою стались лиш там? У Ґілґа́лі прино́сили в жертву волів, а їхні же́ртівники — мов ті купи каміння на бо́рознах пі́льних.
12 ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
І втік Яків на поле Ара́ма, а Ізра́їль за жінку робив, і за жінку отару стері́г.
13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
І через пророка Госпо́дь із Єгипту Ізраїля ви́вів, і пророком стере́жений був він.
14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
Єфре́м Господа гірко розгні́вав, і тому́ його вчинки криваві Він ли́шить на ньому, і пове́рне йому його сором.

< ହୋଶେୟ 12 >