< ହୋଶେୟ 13 >
1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।
१जब एप्रैम बोलता था, तब लोग काँपते थे; और वह इस्राएल में बड़ा था; परन्तु जब वह बाल के कारण दोषी हो गया, तब वह मर गया।
2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
२और अब वे लोग पाप पर पाप बढ़ाते जाते हैं, और अपनी बुद्धि से चाँदी ढालकर ऐसी मूरतें बनाते हैं जो कारीगरों ही से बनीं। उन्हीं के विषय लोग कहते हैं, जो नरमेध करें, वे बछड़ों को चूमें!
3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
३इस कारण वे भोर के मेघ, तड़के सूख जानेवाली ओस, खलिहान पर से आँधी के मारे उड़नेवाली भूसी, या चिमनी से निकलते हुए धुएँ के समान होंगे।
4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
४मिस्र देश ही से मैं यहोवा, तेरा परमेश्वर हूँ; तू मुझे छोड़ किसी को परमेश्वर करके न जानना; क्योंकि मेरे सिवा कोई तेरा उद्धारकर्ता नहीं हैं।
5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।
५मैंने उस समय तुझ पर मन लगाया जब तू जंगल में वरन् अत्यन्त सूखे देश में था।
6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।
६परन्तु जब इस्राएली चराए जाते थे और वे तृप्त हो गए, तब तृप्त होने पर उनका मन घमण्ड से भर गया; इस कारण वे मुझ को भूल गए।
7 ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
७इसलिए मैं उनके लिये सिंह सा बना हूँ; मैं चीते के समान उनके मार्ग में घात लगाए रहूँगा।
8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
८मैं बच्चे छीनी हुई रीछनी के समान बनकर उनको मिलूँगा, और उनके हृदय की झिल्ली को फाड़ूँगा, और सिंह के समान उनको वहीं खा डालूँगा, जैसे वन-पशु उनको फाड़ डाले।
9 ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।
९हे इस्राएल, तेरे विनाश का कारण यह है, कि तू मेरा अर्थात् अपने सहायक का विरोधी है।
10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? “ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
१०अब तेरा राजा कहाँ रहा कि तेरे सब नगरों में वह तुझे बचाए? और तेरे न्यायी कहाँ रहे, जिनके विषय में तूने कहा था, “मेरे लिये राजा और हाकिम ठहरा दे?”
11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
११मैंने क्रोध में आकर तेरे लिये राजा बनाये, और फिर जलजलाहट में आकर उनको हटा भी दिया।
12 ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।
१२एप्रैम का अधर्म गठा हुआ है, उनका पाप संचय किया हुआ है।
13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।
१३उसको जच्चा की सी पीड़ाएँ उठेंगी, परन्तु वह निर्बुद्धि लड़का है जो जन्म लेने में देर करता है।
14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। (Sheol )
१४मैं उसको अधोलोक के वश से छुड़ा लूँगा और मृत्यु से उसको छुटकारा दूँगा। हे मृत्यु, तेरी मारने की शक्ति कहाँ रही? हे अधोलोक, तेरी नाश करने की शक्ति कहाँ रही? मैं फिर कभी नहीं पछताऊँगा। (Sheol )
15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।
१५चाहे वह अपने भाइयों से अधिक फूले-फले, तो भी पुरवाई उस पर चलेगी, और यहोवा की ओर से मरुस्थल से आएगी, और उसका कुण्ड सूखेगा; और उसका सोता निर्जल हो जाएगा। उसकी रखी हुई सब मनभावनी वस्तुएँ वह लूट ले जाएगा।
16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
१६सामरिया दोषी ठहरेगा, क्योंकि उसने अपने परमेश्वर से बलवा किया है; वे तलवार से मारे जाएँगे, उनके बच्चे पटके जाएँगे, और उनकी गर्भवती स्त्रियाँ चीर डाली जाएँगी।