< ହୋଶେୟ 13 >

1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।
Кад Јефрем говораше, беше страх; беше се узвисио у Израиљу; али се огреши о Вала, те умре.
2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
И сада једнако греше и граде себи лијући од сребра свог по разуму свом ликове, који су сви дело уметничко, а они говоре за њих: Људи који приносе жртве нека целују теоце.
3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
Зато ће бити као облак јутарњи и као роса која у зору падне, па је нестане, као плева, коју односи ветар с гумна, и као дим из димњака.
4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
А ја сам Господ Бог твој од земље мисирске, и Бога осим мене ниси познао, и осим мене нема ко би спасао.
5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।
Ја те познах у пустињи, у земљи засушеној.
6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।
Имајући добру пашу беху сити; али чим се наситише, понесе се срце њихово, зато ме заборавише.
7 ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
Зато ћу им бити као лав, као рис вребаћу их на путу.
8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
Срешћу их као медведица којој узму медведиће, и растргаћу им све срце њихово и изјешћу их онде као лав; зверје пољско раскинуће их.
9 ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।
Пропао си, Израиљу; али ти је помоћ у мени.
10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? “ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
Где ти је цар? Где је? Нека те сачува у свим градовима твојим; где ли су судије твоје, за које си говорио: Дај ми цара и кнезове?
11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
Дадох ти цара у гневу свом, и узех га у јарости својој.
12 ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।
Свезано је безакоње Јефремово, остављен је грех његов.
13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।
Болови као у породиље спопашће га, син је неразуман, јер не би толико времена остао у утроби.
14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। (Sheol h7585)
Од гроба ћу их избавити, од смрти ћу их сачувати; где је, смрти, помор твој, где је, гробе, погибао твоја? Кајање ће бити сакривено од очију мојих. (Sheol h7585)
15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।
Родан ће бити међу браћом својом; али ће доћи источни ветар, ветар Господњи, који иде од пустиње, и усахнуће му извор, и студенац ће му засушити; он ће однети благо од свих драгих заклада.
16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
Самарија ће опустети, јер се одметну од Бога свог; они ће пасти од мача, деца ће се њихова размрскати и трудне жене њихове распорити.

< ହୋଶେୟ 13 >