< ହୋଶେୟ 14 >

1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
O Israel, return unto Yhwh thy God; for thou hast fallen by thine iniquity.
2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Take with you words, and turn to Yhwh: say unto him, Take away all iniquity, and receive us graciously: so will we render the calves of our lips.
3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”
Asshur shall not save us; we will not ride upon horses: neither will we say any more to the work of our hands, Ye are our gods: for in thee the fatherless findeth mercy.
4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
I will heal their backsliding, I will love them freely: for mine anger is turned away from him.
5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।
I will be as the dew unto Israel: he shall grow as the lily, and cast forth his roots as Lebanon.
6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।
His branches shall spread, and his beauty shall be as the olive tree, and his smell as Lebanon.
7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।
They that dwell under his shadow shall return; they shall revive as the grain, and grow as the vine: the scent thereof shall be as the wine of Lebanon.
8 ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
Ephraim shall say, What have I to do any more with idols? I have heard him, and observed him: I am like a green fir tree. From me is thy fruit found.
9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Who is wise, and he shall understand these things? prudent, and he shall know them? for the ways of Yhwh are right, and the just shall walk in them: but the transgressors shall fall therein.

< ହୋଶେୟ 14 >