< ହୋଶେୟ 2 >

1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।
Decíd a vuestros hermanos: Ammi; y a vuestras hermanas: Ruhama.
2 “ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
Pleitéad con vuestra madre, pleitéad; porque ella no es mi mujer, ni yo su marido; y quite sus fornicaciones de su rostro, y sus adulterios de entre sus pechos:
3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
Porque yo no la despoje desnuda, y la haga tornar como el día en que nació, y la ponga como un desierto, y la ponga como tierra seca, y la mate de sed.
4 ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
Ni tendré misericordia de sus hijos; porque son hijos de fornicaciones.
5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
Porque su madre fornicó: avergonzóse la que los engendró, porque dijo: Iré tras mis enamorados, que me dan mi pan y mi agua, mi lana y mi lino, mi aceite y mi bebida.
6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
Por tanto he aquí que yo cerco tu camino con espinas, y cercaré con seto, y no hallará sus caminos.
7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’
Y seguirá sus enamorados, y no los alcanzará: buscarlos ha, y no los hallará: entonces dirá: Iré, y volverme he a mi primer marido; porque mejor me iba entonces que ahora.
8 ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
Y ella no sabía que yo le daba el trigo, y el vino, y el aceite; y les multipliqué la plata y el oro con que hicieron a Baal.
9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
Por tanto yo tornaré, y tomaré mi trigo a su tiempo, y mi vino a su sazón, y quitaré mi lana y mi lino, que había dado para cubrir su desnudez.
10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Y ahora yo descubriré su vileza delante de los ojos de sus enamorados, y nadie la escapará de mi mano.
11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
Y haré cesar todo su gozo, su fiesta, su nueva luna, y su sábado, y todas sus festividades.
12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
Y haré talar su vid y su higuera, de que ha dicho: Mi salario me son, que me han dado mis enamorados. Y ponerlas he por monte, y comerlas han las bestias del campo.
13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
Y visitaré sobre ella los tiempos de los Baales, a los cuales incensaba, y adornábase de sus zarcillos y de sus joyeles, y se iba tras sus enamorados, olvidada de mí, dice Jehová.
14 ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
Por tanto he aquí que yo la induciré, y la llevaré al desierto, y hablaré a su corazón.
15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।
Y darle he sus viñas desde allí, y el valle de Acor en puerta de esperanza; y allí cantará como en los tiempos de su juventud, y como en el día de su subida de la tierra de Egipto.
16 ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।
Y será que en aquel tiempo, dice Jehová, me llamarás: Marido mío; y nunca más me llamarás: Baalí.
17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
Porque quitaré de su boca los nombres de los Baales, y nunca más serán mentados por su nombre.
18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
Y haré por ellos concierto en aquel tiempo con las bestias del campo, y con las aves del cielo, y con las serpientes de la tierra; y quebraré arco, y espada, y batalla de la tierra, y hacerlos he dormir seguros.
19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।
Y desposarte he conmigo para siempre; desposarte he conmigo en justicia, y juicio, y misericordia, y miseraciones.
20 ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।
Y desposarte he conmigo en fe, y conocerás a Jehová.
21 ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
Y será que en aquel tiempo yo responderé, dice Jehová, yo responderé a los cielos, y ellos responderán a la tierra.
22 ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
Y la tierra responderá al trigo, y al vino, y al aceite; y ellos responderán a Jezrael.
23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”
Y sembrarla he para mí en la tierra, y habré misericordia de Lo-ruhama; y diré a Lo-ammi: Pueblo mío tú; y él dirá: Dios mío.

< ହୋଶେୟ 2 >