< ହୋଶେୟ 2 >
1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।
DECID á vuestros hermanos, Ammi, y á vuestras hermanas, Ruhama:
2 “ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
Pleitead con vuestra madre, pleitead; porque ella no es mi mujer, ni yo su marido; quite pues sus fornicaciones de su rostro, y sus adulterios de entre sus pechos;
3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
No sea que yo la despoje desnuda, y la haga tornar como el día en que nació, y la ponga como un desierto, y la deje como tierra seca, y la mate de sed.
4 ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
Ni tendré misericordia de sus hijos: porque son hijos de fornicaciones.
5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
Porque su madre fornicó; la que los engendró fué avergonzada; porque dijo: Iré tras mis amantes, que me dan mi pan y mi agua, mi lana y mi lino, mi aceite y mi bebida.
6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
Por tanto, he aquí yo cerco tu camino con espinas, y la cercaré con seto, y no hallará sus caminos.
7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’
Y seguirá sus amantes, y no los alcanzará; buscarálos, y no los hallará. Entonces dirá: Iré, y volveréme á mi primer marido; porque mejor me iba entonces que ahora.
8 ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
Y ella no reconoció que yo le daba el trigo, y el vino, y el aceite, y que les multipliqué la plata y el oro con que hicieron á Baal.
9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
Por tanto yo tornaré, y tomaré mi trigo á su tiempo, y mi vino á su sazón, y quitaré mi lana y mi lino [que había dado] para cubrir su desnudez.
10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Y ahora descubriré yo su locura delante de los ojos de sus amantes, y nadie la librará de mi mano.
11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
Y haré cesar todo su gozo, sus fiestas, sus nuevas lunas y sus sábados, y todas sus festividades.
12 ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
Y haré talar sus vides y sus higueras, de que ha dicho: Mi salario me son, que me han dado mis amantes. Y reducirélas á un matorral, y las comerán las bestias del campo.
13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
Y visitaré sobre ella los tiempos de los Baales, á los cuales incensaba, y adornábase de sus zarcillos y de sus joyeles, é íbase tras sus amantes olvidada de mí, dice Jehová.
14 ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
Empero he aquí, yo la induciré, y la llevaré al desierto, y hablaré á su corazón.
15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।
Y daréle sus viñas desde allí, y el valle de Achôr por puerta de esperanza; y allí cantará como en los tiempos de su juventud, y como en el día de su subida de la tierra de Egipto.
16 ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।
Y será que en aquel tiempo, dice Jehová, me llamarás Marido mío, y nunca más me llamarás Baali.
17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
Porque quitaré de su boca los nombres de los Baales, y nunca más serán mentados por sus nombres.
18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
Y haré por ellos concierto en aquel tiempo con las bestias del campo, y con las aves del cielo, y con las serpientes de la tierra: y quebraré arco, y espada, y batalla de la tierra, y harélos dormir seguros.
19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
Y te desposaré conmigo para siempre; desposarte he conmigo en justicia, y juicio, y misericordia, y miseraciones.
20 ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।
Y te desposaré conmigo en fe, y conocerás á Jehová.
21 ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
Y será que en aquel tiempo responderé, dice Jehová, yo responderé á los cielos, y ellos responderán á la tierra;
22 ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
Y la tierra responderá al trigo, y al vino, y al aceite, y ellos responderán á Jezreel.
23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”
Y sembraréla para mí en la tierra, y tendré misericordia de Lo-ruhama: y diré á Lo-ammi: Pueblo mío tú; y él dirá: Dios mío.