< ହୋଶେୟ 4 >

1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Inu Aisraeli, imvani mawu a Yehova, chifukwa Yehova ali ndi mlandu ndi inu amene mumakhala mʼdzikoli: “Mʼdziko mwanu mulibe kukhulupirika, mulibe chikondi mulibe kulabadira za Mulungu.
2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Muli kutemberera kokha, kunama ndi kupha. Kuba ndi kuchita chigololo; machimo achita kunyanya ndipo akungokhalira kuphana.
3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
Chifukwa chake dziko likulira ndipo onse amene amakhalamo akuvutika; zirombo zakuthengo ndi mbalame zamumlengalenga ndiponso nsomba zamʼnyanja zikufa.
4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
“Koma wina asapeze mnzake chifukwa, wina aliyense asayimbe mlandu mnzake, pakuti anthu ako ali ngati anthu amene amayimba mlandu wansembe.
5 ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
Mumapunthwa usana ndi usiku ndipo aneneri amapunthwa nanu pamodzi. Choncho ndidzawononga amayi anu.
6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Anthu anga akuwonongeka chifukwa chosadziwa. “Pakuti mwakana kudziwa, Inenso ndidzakukanani monga ansembe anga; chifukwa mwayiwala lamulo la Mulungu wanu, Inenso ndidzayiwala ana anu.
7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
Ansembe ankati akachuluka iwo ankandichimwiranso kwambiri; iwo anasinthanitsa ulemerero wawo ndi chinthu china chonyansa.
8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
Amalemererapo pa machimo a anthu anga ndipo amafunitsitsa kuti anthuwo azipitiriza kuchimwa.
9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
Ndipo zidzakhala motere: zochitikira anthu ena, zidzachitikiranso ansembe. Ndidzawalanga onsewo chifukwa cha njira zawo, ndidzawabwezera chifukwa cha machitidwe awo.
10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
“Iwo azidzadya koma sadzakhuta; azidzachita zachiwerewere koma sadzachulukana, chifukwa anasiya Yehova kuti adzipereke
11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
ku zachiwerewere, ku vinyo wakale ndi watsopano, zimene zimachotsa nzeru zomvetsa zinthu
12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
za anthu anga. Anthu anga amapempha nzeru ku fano lamtengo ndipo ndodo yawo yamtengo imawayankha. Mzimu wachiwerewere umawasocheretsa; iwo sakukhulupirika kwa Mulungu wawo.
13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
Amapereka nsembe pamwamba pa mapiri ndi kufukiza lubani pa zitunda, pa tsinde pa mtengo wa thundu, mnjale ndi mkundi, pamene pali mthunzi wabwino. Nʼchifukwa chake ana anu aakazi akuchita zachiwerewere ndipo akazi a ana anu akuchita zigololo.
14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
“Ine sindidzalanga ana anu aakazi pamene iwo adzachita zachiwerewere, kapena akazi a ana anu pamene adzachita zigololo. Paja inu nomwe amunanu mumayenda ndi akazi achiwerewere, ndipo mumapereka nsembe pamodzi ndi akazi achiwerewere a ku malo opembedzerako. Anthu amene alibe nzeru adzawonongeka ndithu!
15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
“Ngakhale umachita chigololo, iwe Israeli, Yuda asapezeke ndi mlandu wotere. “Usapite ku Giligala. Usapite ku Beti-Aveni. Ndipo usalumbire kuti, ‘Pali Yehova wamoyo!’
16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
Aisraeli ndi nkhutukumve, ngosamva ngati ana angʼombe. Kodi Yehova angathe kuwaweta bwanji ngati ana ankhosa pa msipu wabwino?
17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
Efereimu waphathana ndi mafano; mulekeni!
18 ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
Ngakhale pamene zakumwa zawo zatha, amapitiriza kuchita zachiwerewere; atsogoleri awo amakonda kwambiri njira zawo zochititsa manyazi.
19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।
Adzachotsedwa ndi kamvuluvulu ndipo adzachita manyazi chifukwa cha nsembe zawo.

< ହୋଶେୟ 4 >